ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜୁନ ୯ ରେ

ଭୁବନେଶ୍ୱର:  ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ।

ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ଜଣାଇପାରିବେ। ଏତଦ୍ ଭିନ୍ନ ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗ ପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛିl

Leave a Reply

Your email address will not be published. Required fields are marked *