ଫୁଲବାଣୀ ଓ ତାଳଚେର ସରକାରୀ ମେଡିକାଲ କଲେଜରେ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢ଼ା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି। ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ।

ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀକୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି। ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ।

Leave a Reply

Your email address will not be published. Required fields are marked *