ସମର୍ପଣ ଓ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଓଡ଼ିଶା ଅର୍ଥ ସେବାର ନବନିଯୁକ୍ତ ଅଧିକାରୀଙ୍କୁ ରାଷ୍ଟ୍ରପତିଙ୍କ ଆହ୍ୱାନ
ନୂଆଦିଲ୍ଲୀ/ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୩ ବ୍ୟାଚ୍ର ଓଡ଼ିଶା ଅର୍ଥ ସେବା (Odisha Finance Service)ର ନବନିଯୁକ୍ତ ଅଧିକାରୀମାନଙ୍କୁ ସମ୍ବୋଧିତ କରି ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନର ମହତ୍ତ୍ୱାକାଂକ୍ଷୀ ସଂକଳ୍ପ ସହ ନିଜକୁ ସମର୍ପିତ କରିବାକୁ ଆହ୍ୱାନ ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଲୋକସେବାରେ ସାଧୁତା, ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଓ ନିଷ୍ଠାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ରାଜ୍ୟର ଆର୍ଥିକ ପ୍ରଗତି ଓ ସୁଶାସନକୁ ଅଧିକ ସୁଦୃଢ଼ କରିବା ଦିଗରେ ଯୁବ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଉଲ୍ଲେଖ କରିଥିଲେ। ଏହି ସାକ୍ଷାତକାର ନବନିଯୁକ୍ତ ଓଏଫଏସ୍ ଅଧିକାରୀମାନଙ୍କ ପାଇଁ ଏକ ପ୍ରେରଣାଦାୟୀ ଓ ସ୍ମରଣୀୟ ଅନୁଭୂତି ହୋଇଥିଲା।


