Aama Khabar

ପିଜି ଆଡ଼ମିଶନ ପାଇଁ ୨୭ ଜୁଲାଇରୁ ୨ ଅଗଷ୍ଟ ପର୍ଯ୍ୟନ୍ତ ଚଏସ୍‌ ଲକିଙ୍ଗ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ (ପିଜି) ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ। ୨୭ ଜୁଲାଇ ଅପରାହ୍ନ ୩.୦୦ ଘଟିକା ଠାରୁ ୨ ଅଗଷ୍ଟ ରାତି ୧୧.୪୫ ଘଟିକା ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟଲକୁ ଯାଇ ନିଜ ପସନ୍ଦର ଉଚ୍ଚଶିକ୍ଷାନୁଷ୍ଠାନରେ ଆଡ଼ମିଶନ ପାଇଁ ଚଏସ୍‌ ଲକିଙ୍ଗ କରିପାରିବେ। ଅଗଷ୍ଟ ୭ ତାରିଖ ଅପରାହ୍ନ ୪.୦୦…

ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳାର ଷଷ୍ଠ ସଂସ୍କରଣ : ରାଜନୀତି ବିଜ୍ଞାନର ପିଜିଟି ପ୍ରଶିକ୍ଷଣ ନେବେ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର ଆୟୋଜନ କରାଯାଇଛି। ଶିରିପୁରସ୍ଥିତି ଇମେଜ୍ ଠାରେ ରାଜନୀତି ବିଜ୍ଞାନ, ସଂସ୍କୃତ ଓ ଅର୍ଥଶାସ୍ତ୍ରର ୧୨୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉଦଘାଟନୀ ଅଧିବେଶନରେ ୟୁନିସେଫ୍ ର ରାଜ୍ୟ ଶିକ୍ଷା ବିଶେଷଜ୍ଞ ଲଳିତା…

ଶିଳ୍ପ ସଂସ୍ଥାମାନଙ୍କ ସହ ଉଚ୍ଚସ୍ତରୀୟ ହିତାଧିକାରୀ ବୈଠକ: ଶିଳ୍ପ ଭିତ୍ତିଭୂମି, ସେବା ଓ ପ୍ରଶାସନିକ ସଂସ୍କାର ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପାୟନକୁ ଅଧିକ ଗତିଶୀଳ କରିବା ଏବଂ ବ୍ୟବସାୟ କରିବାର ସୁଗମତା (Ease of Doing Business)କୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ ପକ୍ଷରୁ ଅଧ୍ୟକ୍ଷା ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଶିଳ୍ପ ହିତାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଇଡ୍କୋ ପରିସରରେ  ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ବିଭିନ୍ନ ପ୍ରମୁଖ ଶିଳ୍ପ ସଂଗଠନ,…

ଯୁବ ପିଢିଙ୍କ ମଧ୍ୟରେ ସମାଧାନମୂଳକ ନେତୃତ୍ୱର ବିକାଶ ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର, ଜୁଲାଇ ୨୪: ଯୁବ ପିଢିଙ୍କ ମଧ୍ୟରେ ସମାଧାନମୂଳକ ନେତୃତ୍ୱର ବିକାଶ ଜରୁରୀ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ଶୁକ୍ରବାର କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ଭୁବନେଶ୍ୱର ଚାପ୍ଟର ଦ୍ୱାରା କଳିଙ୍ଗ ଷ୍ଟାଡିୟମର ଟେନିସ ଅଡିଟୋରିୟମଠାରେ ଆୟୋଜିତ ଦୁଇ ଦିନିଆ ୟଙ୍ଗ ଇଣ୍ଡିଆ ପାର୍ଲିଆମେଣ୍ଟ- ୨୦୨୬ର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତିI ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ…

ଅପରାଧୀଙ୍କୁ କଠୋର ଦଣ୍ଡ ସୁନିଶ୍ଚିତ କରିବାକୁ ଓଡ଼ିଶା ପୋଲିସ ଦୃଢ଼ ପ୍ରତିବଦ୍ଧ

ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ମାନ୍ୟବର ଅଦାଲତ ପୋକ୍ସୋ ଆଇନର ଧାରା–୬ ସମେତ ଭାରତୀୟ ନ୍ୟାୟ ସଂହିତା (BNS)ର ବିଭିନ୍ନ  ଧାରାରେ ସମସ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ପ୍ରତ୍ୟେକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ…

ବିଭିନ୍ନ ସୁପର ସ୍ପେଶିଆଲିଟି ବିଭାଗରେ ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର, ସିନିୟର ରେସିଡେଣ୍ଟ ପଦବୀ ମଞ୍ଜୁର

ଭୁବନେଶ୍ଵର: ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ତରଫରୁ  ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ,ସିନିୟର ରେସିଡେଣ୍ଟ ପଦବୀ ଗୁଡିକ ବିଭିନ୍ନ ସରକାରୀ ମେଡିକାଲ କଲେଜ ପାଇଁ ଅନୁମୋଦିତ ହୋଇଛି। ଏସବୁ ପଦବୀ ସୁପର ସ୍ପେଶିଆଲିଟି ବିଭାଗ ଅନ୍ତର୍ଗତ। ମଞ୍ଜୁର ପଦବୀ ଗୁଡିକ ମଧ୍ୟରେ ଭୁବନେଶ୍ଵର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ ,ସ୍ନାୟୁ…

କଟକ ରେଭେନସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଳାରେ ସର୍ବାଧିକ କଟଅଫ୍ ୭୮.୦୦%

ଭୁବନେଶ୍ୱର: ୨୦୨୬-୨୭ ଶିକ୍ଷାବର୍ଷ ଯୁକ୍ତ ଦୁଇ ଫେଜ୍ ୧ ନାମଲେଖାର ଦ୍ବିତୀୟ ମେଧା ତାଲିକାରେ ମୋଟ ୪୬,୫୭୦ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି। ଚୟନ ପ୍ରକ୍ରିୟା ସମୟରେ ୮୭,୫୪୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ମୋଟ ୪୬,୫୭୦ ଜଣଙ୍କୁ ଚୟନ କରାଯାଇଛି। ମନୋନୀତ ପ୍ରାର୍ଥୀଙ୍କ ମଧ୍ୟରୁ ୨୫,୮୭୪ ଜଣ ସ୍ଲାଇଡ୍-ଅପ୍ ଅନୁରୋଧ ମାଧ୍ୟମରେ ନାମଲେଖଛନ୍ତି। ମନୋନୀତ ଛାତ୍ରଛାତ୍ରୀଙ୍କ ମଧ୍ୟରେ କଳାରେ ସର୍ବାଧିକ ୩୨,୭୮୨ ଜଣ ନାମ ଲେଖାଇଛନ୍ତି, ଏହାପରେ ବିଜ୍ଞାନରେ ୧୧,୨୯୭ ଜଣ, ବାଣିଜ୍ୟରେ ୨,୦୮୩ ଜଣ,  ଧନ୍ଦାମୂଳକରେ…

ବିଦ୍ୟା ରତନ ଶର୍ମା ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତ

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲଙ୍କ ନେତୃତ୍ଵାଧୀନ ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ (ପୂର୍ବରୁ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର ଲିମିଟେଡ୍ ଭାବରେ ପରିଚିତ) ଜୁଲାଇ ୨୪, ୨୦୨୬ରେ ଅନୁଷ୍ଠିତ ଏହାର ବୋର୍ଡ ଅଫ୍ ଡ଼ାଇରେକ୍ଟର୍ ବୈଠକ ପରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛି। ବୋର୍ଡ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଏବଂ ପରିଚାଳନା ନିର୍ଦ୍ଦେଶକ ଭାବରେ ଦୁଇ ବର୍ଷ ପାଇଁ ବିଦ୍ୟା ରତନ ଶର୍ମାଙ୍କ ନିଯୁକ୍ତିକୁ ଅନୁମୋଦନ ପ୍ରଦାନ କରିଛି, ଯାହା ଜୁଲାଇ  ୨୪, ୨୦୨୬ରୁ କାର୍ଯ୍ୟକାରୀ ହେବ।  ଶ୍ରୀଯୁକ୍ତ ଶର୍ମା, ଜଣେ ପ୍ରତିଷ୍ଠିତ ଶିଳ୍ପ ଟେକ୍ନୋକ୍ରାଟ୍ ଯିଏ…

କୋଇଡା–ଚଣ୍ଡିଖୋଲ ଓ ରିମୁଳି–ଚମ୍ପୁଆ ଜାତୀୟ ରାଜପଥ ନିର୍ମାଣ ଆଲୋଚନା

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି କୋଇଡା–ଚଣ୍ଡିଖୋଲ ଏବଂ ରିମୁଳି–ଚମ୍ପୁଆ ଜାତୀୟ ରାଜପଥର ଉନ୍ନତି ଓ ପ୍ରଶସ୍ତୀକରଣ ନେଇ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ। ବୈଠକରେ ରାସ୍ତା ନିର୍ମାଣ ନେଇ ନକ୍ସା ପ୍ରସ୍ତୁତି, ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ସମେତ ସମସ୍ତ ଆବଶ୍ୟକୀୟ ସରକାରୀ ଅନୁମୋଦନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ…

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ଆଇନଗତ ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ ଆସୁଥିବା ମାମଲାଗୁଡ଼ିକର ତ୍ୱରିତ ଶୁଣାଣି ଏବଂ ଦଣ୍ଡବିଧାନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି।  ଗୃହ…