‘ଓଡ଼ିଶାର ଯୁବଶକ୍ତି ବିକଶିତ ଭାରତର ସାରଥୀ ହେବେ’
ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ‘ରାଜ୍ୟ ଯୁବ ମହୋତ୍ସବ ୨୦୨୫’ ମହାସମାରୋହରେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଓଡ଼ିଶାର ଯୁବ ସମାଜ ମଧ୍ୟରେ ଉତ୍ସାହ, ସୃଜନଶୀଳତା ଏବଂ ନୂତନ ଜାଗରଣ ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି ଉତ୍ସବରେ ସାରା ଓଡ଼ିଶାର କୋଣ ଅନୁକୋଣରୁ ଯୁବ ପ୍ରତିଭାମାନେ ଏକତ୍ରିତ ହୋଇଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ମନ୍ତ୍ରୀ ଶ୍ରୀ…


