Aama Khabar

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି ପ୍ୟାକସ୍‌, ଲ୍ୟାମ୍ପସ୍‌ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କିମ୍ବା ପାଣିପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରୁଛନ୍ତି। ଚଳିତ ବର୍ଷ ଆଜି…

ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତି ଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମ୍ବନ୍ଧରେ ଘୋଷଣା କରିଥିଲେ। ଶକ୍ତିଶ୍ରୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଏକ ସ୍ଥାୟୀ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ସ୍ଥାପନ କରାଯିବ ଯାହାକି ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରିବା ସହିତ ଛାତ୍ରୀମାନଙ୍କର ସଶକ୍ତିକରଣ…

ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ  ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ଯାହା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଉପସ୍ଥାପନ କରାଯିବ। ସହରାଞ୍ଚଳ ଭିତ୍ତିଭୂମି ବୃଦ୍ଧି ସହ…

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ  ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି। କୌଣସି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସଠିକ୍ ଯୋଜନା, ନୂତନ ତଥା ଉନ୍ନତ ଚିନ୍ତାଧାରାର ବିଶ୍ଳେଷଣ ଏବଂ ସର୍ବୋପରି ପ୍ରତ୍ୟେକ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସଠିକ୍ ସମନ୍ଵୟ ନିତାନ୍ତ ଆବଶ୍ୟକ ଉପରେ ସେ ଗୁରୁତ୍ବ ଦେଇଛନ୍ତି। ଶ୍ରୀମତୀ ପାଢ଼ୀ ଦୁଇ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ…

ନିର୍ଧାରିତ ସମୟ ଅବଧି ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାର ପ୍ରଗତିକୁ ଦ୍ରୁତତର କରିବା ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧI ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ନେଇ ସରକାର ଲକ୍ଷ୍ୟରଖିଥିବା  ବେଳେ ଭିତ୍ତିଭୂମିକୁ ସୁଦୃଢ କରିବାକୁ ପଡିବI ଏଥିପାଇଁ ଜାତୀୟ ରାଜପଥ ଠାରୁ ଆରମ୍ଭ କରି ବିଭାଗ ଅଧୀନରେ ଥିବା ବିଭିନ୍ନ ରାସ୍ତା, ସେତୁ ଓ କୋଠାବାଡି ଗୁଡିକ ଗୁଣବତ୍ତା ଓ ସମୟ ଅବଧି ମଧ୍ୟରେ କାର୍ଯ୍ୟ ପରିସମାପ୍ତିକୁ ଗୁରୁତ୍ୱ ଦେବାକୁ ପଡିବI ଏଥିପାଇଁ ବିଭାଗରେ କାର୍ଯ୍ୟ କରୁଥିବା ଅଧିକାରୀ ମାନଙ୍କୁ ସମୟ ସହିତ…

ବିଶ୍ୱସ୍ତରରେ ଡିଜିଟାଲ୍ ପ୍ରତିଭା କେନ୍ଦ୍ର ଭାବରେ ଓଡ଼ିଶାର ଭୂମିକାକୁ ସୁଦୃଢ଼ ହେବ: ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସିଙ୍ଗାପୁରସ୍ଥିତ ଗ୍ଲୋବାଲ୍ ଫାଇନାନ୍ସ ଆଣ୍ଡ୍ ଟେକ୍ନୋଲୋଜି ନେଟୱାର୍କ (GFTN) ସହଭାଗିତାରେ ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ (I-GFTCH) ର ଆନୁଷ୍ଠାନିକ ଶୁଭାରମ୍ଭ ୨୧ ଅଗଷ୍ଟ ୨୦୨୫ରେ ଅନୁଷ୍ଠିତ ହେବ। ଏ ସଂପର୍କରେ କୃଷି ଭବନସ୍ଥିତ  ଅଡ଼ିଟୋରିଅମରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାର ଯୁବକଯୁବତୀମାନଙ୍କ ଦକ୍ଷତା ଯେତେ ବୃଦ୍ଧି ହେବ ଓଡ଼ିଶାର ଅର୍ଥନୀତି ସେତେ ସୁଦୃଢ ହେବ। ସେକଥାକୁ…

‘ସୁଭଦ୍ରା’ ହିତାଧିକାରୀମାନଙ୍କ ସାମଗ୍ରିକ ଆର୍ଥିକ ସଶକ୍ତିକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ‘ସୁଭଦ୍ରା’ ରାଜ୍ୟସ୍ତରୀୟ ପରିଚାଳନା ଓ ତଦାରଖ କମିଟି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସୁଭଦ୍ରା ଯୋଜନାର ପ୍ରଭାବୀ କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା ଓ ତଦାରଖ କରିବା ସହ ଯୋଜନାର ଆଗାମୀ କାର୍ଯ୍ୟାନ୍ଵୟନ ଉପରେ ସୁଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ। ସୁଭଦ୍ରା ହିତାଧିକାରୀମାନେ ସରକାରଙ୍କ ଅନ୍ୟ ବିଭିନ୍ନ ଯୋଜନାରୁ ଲାଭ ଉଠାଇ କିପରି ସାମଗ୍ରିକ…

ବୃକ୍ଷ ରୋପଣ ପରେ ଏହାର ସୁରକ୍ଷା ଓ ଯତ୍ନ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, ଓଡିଶାବାସୀଙ୍କ ପ୍ରତି ସଦିଚ୍ଛାର ସମ୍ମାନ ଜଣାଇ ଏକ୍ ପେଡ୍ ମା କେ ନାମ୍ ଅଭିଯାନରେ ସେପ୍ଟେମ୍ବର ୧୭ ତାରିଖରେ…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ। ମହିଳା…