Aama Khabar

କୃଷି-ପ୍ରଯୁକ୍ତି ବିଦ୍ୟା ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ସୋସିଆଲ ଆଲଫା ଏବଂ ଓଡ଼ିଶା ସରକାରଙ୍କ ବହୁଭାଗୀ କର୍ମଶାଳା

ଭୁବନେଶ୍ୱର: ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହିତ ସହଭାଗୀତାରେ ସୋସିଆଲ ଆଲଫା ଭୁବନେଶ୍ୱରର ହୋଟେଲ ପ୍ରେସିଡେନ୍ସୀରେ “ଓଡ଼ିଶାରେ କୃଷି-ପ୍ରଯୁକ୍ତିକୁ ପ୍ରୋତ୍ସାହିତ କରିବା” ଉପରେ ଏକ ରାଜ୍ୟସ୍ତରୀୟ ବହୁଭାଗୀ କର୍ମଶାଳା ଆୟୋଜିତ ହୋଇଯାଇଛି। କର୍ମଶାଳାରେ ପ୍ରଦର୍ଶିତ ପ୍ରଯୁକ୍ତିବିଦ୍ୟା ସହିତ ଚାଷୀମାନେ ଉଦ୍ଭାବନକୁ ପ୍ରତ୍ୟକ୍ଷ ଭାବରେ ବ୍ୟବହାର କରିଥିଲେ। ଉତ୍ପାଦ ପ୍ରଦର୍ଶନ, ଦର୍ଶକଙ୍କ ସହିତ ଏକ ଖୋଲା ପ୍ରଶ୍ନୋତ୍ତର ଏବଂ ନୀତି ନିର୍ଦ୍ଧାରକ, ପ୍ରଯୁକ୍ତିବିଦ୍ୟା ବୈଧତା ସଂସ୍ଥା ଏବଂ ଷ୍ଟାର୍ଟଅପ୍ ଆଦି ଉଚ୍ଚସ୍ତରୀୟ ପ୍ୟାନେଲ୍ ଆଲୋଚନା…

ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୧୧ ହଜାରରୁ ଊଦ୍ଧ୍ୱର୍ ଲୋକ ପ୍ରଭାବିତ ହୋଇଥିବାବେଳେ ଏକ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି। ବନ୍ୟା ପରିସ୍ଥିତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର…

ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ପ୍ରତି ନବୀକରଣ ପ୍ରତିଶୃତି ସହିତ ଦୁଇଦିନିଆ ଜାତୀୟ ଗରିମା ସମ୍ମିଳନୀ ଶେଷ

ଭୁବନେଶ୍ୱର :  ଓଡ଼ିଶାର ଗରିମା ପଦକ୍ଷେପ ଅଧୀନରେ “ମୁଖ୍ୟ ପରିମଳ କର୍ମଚାରୀଙ୍କ ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ସୁନିଶ୍ଚିତ କରିବା” ଉପରେ ଦୁଇଦିନିଆ ଜାତୀୟ ସମ୍ମିଳନୀ ଉଦଯାପିତ ହୋଇଛି। ଉଦଯାପନୀ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ପ୍ରମୁଖ ପରିମଳ କର୍ମଚାରୀଙ୍କ ସୁରକ୍ଷା ଦିଗରେ ସେମାନଙ୍କ ଅବଦାନକୁ ସ୍ୱୀକୃତି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହା ପରିମଳ କାର୍ଯ୍ୟରେ ଅଂଶୀଦାରମାନଙ୍କୁ ସ୍ୱୀକୃତି ଦେବାରେ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି। ଏହି ପ୍ରଶିକ୍ଷଣରେ ୧୦୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି। ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ,  ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକା ସସ୍ମିତା…

ଓଡ଼ିଶାରୁ ଏଫସିଆଇ ଦ୍ୱାରା ଚାଉଳ ସଂଗ୍ରହ ବିଷୟରେ ଆଲୋଚନା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଦିଲ୍ଲୀ ଗସ୍ତ କରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଓଡ଼ିଶାର ସାଂସଦମାନଙ୍କ ସହିତ ମାନ୍ୟବର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କରିଛନ୍ତି। ଖରିଫ ୨୦୨୪-୨୫ ପାଇଁ ଚାଉଳ ସଂଗ୍ରହ ଲକ୍ଷ୍ୟ ବିଷୟରେ ଆଲୋଚନା କରିଛନ୍ତି ଏବଂ ଏଫସିଆଇ ଦ୍ୱାରା ଚାଉଳ ସ୍ଥାନାନ୍ତରକୁ ତ୍ୱରାନ୍ୱିତ କରିବାକୁ ଅନୁରୋଧ କରିଛନ୍ତି। ଖରିଫ ୨୦୨୪-୨୫ ସମୟରେ ଓଡ଼ିଶା ରେକର୍ଡ ପରିମାଣର ୯୨,୬୪,୨୩୫ ମେଟ୍ରିକ ଟନ୍…

ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ରର କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ର (ERSS)( ଡାଏଲ-112)କୁ ଗସ୍ତ କରି ଏହାର କାର୍ଯ୍ୟକାରିତା, ପରିଚାଳନା ଏବଂ ଆଧୁନିକୀକରଣ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି।  ସମସ୍ୟାରେ ପଡ଼ିଥିବା ସାଧାରଣ ଲୋକଙ୍କୁ ଅଳ୍ପ ସମୟ ମଧ୍ୟରେ ତ୍ୱରିତ ସେବା ଯୋଗାଇ ଦେବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି। ଏଥି ନିମନ୍ତେ ଉପଯୁକ୍ତ…

‘ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରମୁଖ ଭୂମିକା ନିର୍ବାହ କରୁଛି’

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟିତ କରିଥିଲେ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ…

ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର…

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ନାଲକୋ ଧ୍ୟାନ ଦେବାକୁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି। ଏହି ଅବସରରେ ନାଲକୋର ଚେୟାରମ୍ୟାନ-ତଥା-ମ୍ୟାନେଜିଂ ଡାଇରେକ୍ଟର ବି୍ରଜେନ୍ଦ୍ର ପ୍ରତାପ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ କମ୍ପାନୀର କାର୍ଯ୍ୟଧାରା ସଂପର୍କରେ ଆଲୋଚନା କରି ନାଲକୋ ସିଏସ୍ଆର ଅଧିନରେ ରାଜ୍ୟର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ସକ୍ରିୟ ପଦକ୍ଷେପ ନେବା ଉପରେ ରାଜ୍ୟପାଳ ଗୁରୁତ୍ୱ ଆରୋପ କରିଛନ୍ତି। ଝିଅ ଓ…

ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି। ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ସତ୍ୟପ୍ରିୟ ରଥଙ୍କ…