Aama Khabar

କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଦ୍ୱାରା ସର୍ବ ଭାରତୀୟ ସ୍ତରରେ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ଏକ ପ୍ରକୃଷ୍ଟ ମଞ୍ଚ ପାଇପାରିବା ସହିତ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ କ୍ରୀଡ଼ା…

ସଡ଼କ ଓ ସେତୁ ନିର୍ମାଣରେ ଗୁଣାତ୍ମକ ମାନ ବଜାୟ ରଖିବା ଓ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା(ପିଏମଜିଏସ୍ଓ୍ୱାଇ) କାର୍ଯ୍ୟକାରିତା ସଂପର୍କିତ ୩୭ତମ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି ବୈଠକମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗ କମିଶନର ତଥା ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ ଓଡ଼ିଶାରେ ବିଗତ ବିଭିନ୍ନ ବର୍ଷରେ କରାଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର କାର୍ଯ୍ୟକାରିତା ଓ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ କରିଥିଲେ। ବୈଠକରେ କମିଟିର ସଦସ୍ୟ ଥିବା ପୂର୍ତ୍ତ,…

ଡଃ ମୁଖାର୍ଜୀଙ୍କ ପରି ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ। ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ କଟଅଫ୍ ମାର୍କ ତାଲିକା

ଭୁବନେଶ୍ୱର: ଯୁକ୍ତ ଦୁଇ ଆଡମିଶନ ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା। ବିଜ୍ଞାନ ଓ ବାଣିଜ୍ୟ ଓ କଳା କଟଅଫ୍ ମାର୍କରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ ଶୀର୍ଷରେ ରହିଛି। ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୧.୮୩% ସହ ରେଭେନ୍ସା ଶୀର୍ଷରେ ରହିଛି। ସେହିପରି ୮୯.୪୦% ମାର୍କ ସହ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର ଦ୍ବିତୀୟ ସ୍ଥାନରେ ରହିଛି। ୮୭.୫୦ % କଟଅଫରେ  ବାଲେଶ୍ବର ଫକୀର ମୋହନ…

ଚଳିତ ବର୍ଷ ଏକ ପେଡ୍ ମା’ କେ ନାମ୍ ୨.୦ ଅଭିଯାନର୍ ୭.୫ କୋଟି ଚାରା ରୋପଣ କରାଯିବ

ଭୁବନେଶ୍ୱର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଗୁଡିକର ପୁନର୍ବିନ୍ୟାସ (Restructuring) କରାଯାଇଛି । ଆଜି ପୁରୁଣା ଭୁବନେଶ୍ୱର ସ୍ଥିତ ବିଏମ୍ ହାଇସ୍କୁଲରେ ଆୟୋଜିତ ବନମହୋତ୍ସବ ସପ୍ତାହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…

ପ୍ରଶାସନରେ କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)ର ଉପଯୋଗ (ଏ.ଆଇ. ଚମ୍ପିଆନ/ କାଟାଲିଷ୍ଟ) ତାଲିମ କର୍ମଶାଳା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ଦେବା ନିମନ୍ତେ ରାଜ୍ୟ କନଭେନ୍‍ସନ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍‍ଓ୍ୱାନି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ଚାରିଦିନିଆ କର୍ମଶାଳା ଆରମ୍ଭ ହୋଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ହେଉଛି…

ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ରାଜ୍ୟରେ ଥିବା ସମସ୍ତ ୧୯୯ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ଅଧ୍ୟକ୍ଷ-ଅଧ୍ୟକ୍ଷାମାନଙ୍କ କାର୍ଯ୍ୟ ସମୀକ୍ଷା ଓ ଦକ୍ଷତା ବିକାଶ କର୍ମଶାଳା କୃଷି ଭବନଠାରେ ଆୟୋଜିତ ହୋଇଯାଇଛି। ଏହି ଏକ ଦିବସୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ ଯୋଗ ଦେଇଥିବା ବେଳେ ଉଚ୍ଚ…

ଜାତୀୟ ଶିକ୍ଷା ନୀତି ୨୦୨୦ର କାର୍ଯ୍ୟାନ୍ୱୟନ ନିମନ୍ତେ ଦ୍ୱିତୀୟ ରାଜ୍ୟ  ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ

ଭୁବନେଶ୍ବର : ଜାତୀୟ ଶିକ୍ଷା ନୀତି (NEP) ୨୦୨୦ର କାର୍ଯ୍ୟାନ୍ୱୟନ ପାଇଁ ଦ୍ୱିତୀୟ ରାଜ୍ୟ  ଟାସ୍କ ଫୋର୍ସ ବୈଠକ ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର ସମନ୍ୱୟରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଜାତୀୟ ଶିକ୍ଷା ନୀତି ୨୦୨୦ ର ବିଭିନ୍ନ ଦିଗ ସମ୍ପର୍କରେ ଏହି ବୈଠକରେ ସମୀକ୍ଷା କରାଯାଇଥିଲା। ବୈଠକରେ ସଞ୍ଜୀବ କୁମାର ମିଶ୍ର, ପ୍ରମୁଖ…

ବର୍ମିଂହାମ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତଙ୍କ ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି  କ୍ରମରେ ୨ ଜଣ ଯୁବ କ୍ରୀଡାବିତ କରାଟେରେ  ରିତେଶ ରାୟ ସ୍ୱର୍ଣ୍ଣ ପଦକ ଏବଂ ଅଭିଷେକ ପଟ୍ଟନାୟକ ବ୍ରୋଞ୍ଚ  ପଦକ ବିଜୟୀ ହୋଇ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। ଓଡିଶା ପୋଲିସର କ୍ରୀଡ଼ାବିତମାନେ ଗତ ତିନି ଦିନ ମଧ୍ୟରେ 6 ଟି ସ୍ଵର୍ଣ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି

ଭୁବନେଶ୍ୱର୍ : ପ୍ରସ୍ତାବିତ ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର-ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ-ଅନେକ  ମଞ୍ଜୁରୀ ଏବଂ ନିୟାମକ ମାଇଲଖୁଣ୍ଟ ସହିତ  ଅଗ୍ରଗତି ରେକର୍ଡ କରିଛି ଏବଂ ଏହାର ଉପଲବ୍ଧି ଦିଗରେ ଏହାର ଗତିକୁ ପୁନଃ ନିଶ୍ଚିତ କରିଛି। ସେପ୍ଟେମ୍ବର ୨୨,୨୦୨୩ରେ ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (ଏମ. ଓ. ସି. ଏ) ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ସାଇଟ୍ କ୍ଲିୟରାନ୍ସ ପ୍ରଦାନ କରିବା ପରେ ଉପକୂଳୀୟ ସହର ପୁରୀକୁ ଏକ ଅନ୍ତର୍ଜାତୀୟ ପ୍ରବେଶ ପଥରେ…