‘ରାଜ୍ୟ ଓ ଜିଲ୍ଲାସ୍ତରରେ ପ୍ରଦୂଷଣ ନିୟନ୍ତ୍ରଣ କାର୍ୟ୍ୟକ୍ରମ ତଦାରଖ ବ୍ୟବସ୍ଥାକୁ ଅଧିକ ପ୍ରଭାବୀ କର’
ଭୁବନେଶ୍ୱର: ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ସଂପର୍କିତ ୬ଷ୍ଠ ପରିଚାଳନା କମିଟି ବୈଠକ ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଓଡ଼ିଶା ତରଫରୁ ଆହୂତ ଏହି ବୈଠକରେ ରାଜ୍ୟ ସ୍ତରରେ ଏବଂ ଜିଲ୍ଲାସ୍ତରରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପର ତଦାରଖ ବ୍ୟବସ୍ଥାକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ…


