ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଦୁଇ ଲେନ ସର୍ଭିସ ରୋଡ଼ ସହିତ ରହିବ ୱେ ସାଇଡ ଆମିନିଟିଜ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଶ୍ରୀକ୍ଷେତ୍ର ପୁରୀକୁ ଥିବା ୩୧୬ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛିI ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଅଧକ୍ଷତାରେ ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ପ୍ରସ୍ତାବିତ ନକସା ଏବଂ ଏହାର ଉପଯୋଗୀତା ବିଷୟରେ ଆଲୋଚନା ହୋଇଥିଲାI ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ…


