Aama Khabar

ମକା, ସୋରିଷ ଏବଂ ଧାନର ଉଚ୍ଚ ଅମଳକାରୀ ଏବଂ ଜଳବାୟୁ ସହନୀୟ କିସମ ବିକଶିତ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିହନ ଉପ-କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ, ୩ ପ୍ରକାର ଅଣ-ଧାନ କିସମ ଯଥା ଓୟୁଏଟି କଳିଙ୍ଗ ମକା ୧  (ଖୁସି), ଓୟୁଏଟି କଳିଙ୍ଗ ସୋରିଷ ୨  (ସମୃଦ୍ଧି), ଓୟୁଏଟି କଳିଙ୍ଗ ସୋରିଷ ୩  (ସିଦ୍ଧି) ରାଜ୍ୟରେ ବିକଶିତ କରିବା ପାଇଁ ଅନୁମୋଦିତ ହୋଇଛି l…

‘କୁମ୍ଭୀର ସଂରକ୍ଷଣ ବିଜ୍ଞାନରେ ଓଡ଼ିଶାର ନେତୃତ୍ୱ ଆଜି ସ୍ଵୀକୃତ’

ଭୁବନେଶ୍ବର: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରରେ “କୁମ୍ଭୀର ସଂରକ୍ଷଣର ପଚାଶ ବର୍ଷ: ଶିକ୍ଷା ଏବଂ ଆଗକୁ ବଢ଼ିବା” ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି। ଆଲୋଚନାଚକ୍ରକୁ ଉଦଘାଟନ କରି ସମ୍ବଲପୁର ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପଦ୍ମଶ୍ରୀ ପ୍ରଫେସର ପ୍ରିୟମ୍ବଦା ମହାନ୍ତି ହେଜମାଦି କହିଲେ ଯେ,  ୧୯୭୫ ଏପ୍ରିଲ ୧ରେ ଭାରତ ସରକାର କୁମ୍ଭୀର ସଂରକ୍ଷଣ ପ୍ରକଳ୍ପ ଆରମ୍ଭ କରିବା ସମୟରେ, ଓଡ଼ିଶା ଦେଶର କୁମ୍ଭୀର ସଂରକ୍ଷଣ କ୍ଷେତ୍ରରେ ପ୍ରଥମ ବୈଜ୍ଞାନିକ ପ୍ରୟାସର କେନ୍ଦ୍ର ଭାବରେ ଉଭା ହୋଇଥିଲା। ପ୍ରକଳ୍ପ ଆରମ୍ଭ…

“ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ “ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଶୀର୍ଷକ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ଆରମ୍ଭ କରାଯାଇଛି। ଗତ ନଭେମ୍ବର ମାସରେ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ। ଯେଉଁଥିରେ ବିଭିନ୍ନ ଦେଶରୁ ବିଶେଷଜ୍ଞ, କୃଷି ବୈଜ୍ଞାନିକମାନେ ଯୋଗଦେଇଥିଲେ। ସାରା ରାଜ୍ୟରେ ପାରମ୍ପରିକ…

‘ଓଡ଼ିଶାର ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛିl ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ହେବ। ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟ…

“ନୂତନ ଅପରାଧିକ ଆଇନ”  ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପୋଲିସ ଭବନଠାରେ ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିମନ୍ତେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ତରଫରୁ ଆୟୋଜିତ  “ନୂତନ ଅପରାଧିକ ଆଇନ”  ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉଦଘାଟନ କରି ତିନୋଟି ନୂତନ ଆଇନର ମୌଳିକ ଉପାଦାନ ଉପରେ ଆଲୋକପାତ କରିଥିଲେ। କର୍ମଶାଳାରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥାନ (ସିବିଆଇ)ର ପୂର୍ବତନ ସ୍ଵତନ୍ତ୍ର ନିର୍ଦ୍ଦେଶକ ଧରମ ଚାନ୍ଦ ଜୈନ ଓ ସିବିଆଇ…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ଦୁଇ ସଦସ୍ୟବିଶିଷ୍ଟ ସମିତି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (Rଞ୍ଚR)ର ସମୀକ୍ଷା କରିବା ସହ ଅନ୍ତିମ ରୂପ ଦେବା ପାଇଁ ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଏକ ଦୁଇ-ସଦସ୍ୟ ବିଶିଷ୍ଟ ସମିତି ଗଠନ କରିଛନ୍ତି। ଏହି ସମିତିର ଗଠନ ସନ୍ଦର୍ଭରେ ବିଧି ବିଭାଗର ପତ୍ର ସଂଖ୍ୟା ୭୭୧୪/ଏଲ୍‌ ତାରିଖ ୦୮.୦୫.୨୦୨୫ ମାଧ୍ୟମରେ ବିଜ୍ଞପ୍ତି ଜାରି କରାଯାଇଅଛି…

ରଥଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଯୋଗ ଦେବା ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟିଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (SJTA)ର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢୀ I ମଙ୍ଗଳବାର ଦିନ ମୁଖ୍ୟ ପ୍ରଶାସକ ଶ୍ରୀ ପାଢୀ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ପୁରୀରେ ରଥଯାତ୍ରାରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ଏହି ଅବସରରେ ଶ୍ରୀ ପାଢୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁଗମ ଏବଂ ନିରାପଦ ପରିଚାଳନା ପାଇଁ ଚାଲିଥିବା ବିସ୍ତୃତ…

ବିଦ୍ୟାଳୟ ନବସୃଜନ ପରିଷଦକୁ କାର୍ଯ୍ୟକାରୀ କରିବା ନେଇ କର୍ମଶାଳା ଆୟୋଜନ

ଭୁବନେଶ୍ବର: ରାଜ୍ୟରେ ଉଚ୍ଚ ମାଧ୍ୟମିକସ୍ତରରେ ଛାତ୍ରଛାତ୍ରୀମାନଙ୍କ ସୃଜନଶୀଳତା ଓ ଦକ୍ଷତାକୁ ଏକ ସୁଯୋଗ ପ୍ରଦାନ କରିବା ସହିତ ସେମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ କୃଷି ଭବନସ୍ଥିତ ଅଡ଼ିଟୋରିୟମଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଦୁଇ ଦିନିଆ କର୍ମଶାଳାର ଆୟୋଜନ କରାଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ନବସୃଜନ ସେଲ୍ (MIC) ଏବଂ ଅଖିଳ ଭାରତୀୟ ବୈଷୟିକ  ଶିକ୍ଷା ପରିଷଦ (AICTE) ସହଯୋଗରେ ବିଦ୍ୟାଳୟ ନବସୃଜନ ପରିଷଦ (School Innovation Council)…

କୁମ୍ଭୀରମାନଙ୍କ ସଂରକ୍ଷଣ ପାଇଁ ଓଡ଼ିଶା ଏକ ଉଚ୍ଚକୋଟୀର ମାର୍ଗଦର୍ଶକ : ଜଙ୍ଗଲମନ୍ତ୍ରୀ

ଭୁବନେଶ୍ବର: ଜୁନ ୧୭ ତାରିଖ ଅନ୍ତର୍ଜାତୀୟ କୁମ୍ଭୀର ଦିବସ। ଏହି ଅବସରରେ ‘ଓଡ଼ିଶାରେ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ସମାରୋହ’ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ  ମହାସମାରୋହରେ ପାଳିତ ହୋଇଯାଇଛି। ସମାରୋହକୁ ଭିଡିଓ ବାର୍ତ୍ତା ଦେଇ ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଲେ ଯେ, ଆମ ରାଜ୍ୟ ଓଡ଼ିଶା, ଭାରତରେ ଦେଖାଯାଉଥିବା ସମସ୍ତ କୁମ୍ଭୀର ପ୍ରଜାତି-ବଉଳା, ମଗର ଓ ଘଡ଼ିଆଳର ଏକ ମହତ୍ୱପୂର୍ଣ୍ଣ ଆବାସସ୍ଥଳୀ…

ଯୁବଶକ୍ତିଙ୍କ ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ଓ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ପ୍ରାଧାନ୍ୟ ଦେଉଛୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ…