ଭାରତୀୟ ସଂସଦୀୟ ପରମ୍ପରାର ଗରିମାମୟ ଐତିହ୍ୟକୁ ଅଧିକ ସୁଦୃଢ଼ କରାଯିବ: ବାଚସ୍ପତି
ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକେଫାବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶଗସ୍ତରେ ଯିବେ। ଏ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର। ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ…


