ଗୋଧନେଶ୍ୱର, ଖଇରମାଳ, ଉଲୁଣ୍ଡା ଓ ସୁରୁବାଲି ଠାରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ…
