Aama Khabar

ମିଶନ ପାୱାର ପ୍ରଥମ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଗ୍ରାମ ବା ସହରାଞ୍ଚଳ ନିର୍ବିଶେଷରେ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ଏବଂ ସଡ଼କ ହେଉଛି ନାଗରିକଙ୍କ ତିନୋଟି ମୌଳିକ ଆବଶ୍ୟକତା। ଏହି ସମସ୍ୟାଗୁଡ଼ିକର ସମାଧାନ ଏବଂ ଜୀବନଧାରଣର ମାନରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମିଶନ ପାୱାର (ବିଜୁଳି, ପାନୀୟଜଳ ଏବଂ ରାସ୍ତାଘାଟ) ନାମକ ଏକ ସମନ୍ୱିତ କାର୍ଯ୍ୟାନ୍ୱୟନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ ୨୦୨୭ ସୁଦ୍ଧା ନିତିଦିନିଆ ରାସ୍ତା, ବିଜୁଳି ଓ ପାନୀୟଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ମାନ୍ୟବର…

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍‌ଘାଟିତ: ୩୦ ଜିଲ୍ଲାର ପ୍ରାୟ ୫୦୦ ଶିଶୁ ହେଲେ ସାମିଲ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍‌ଘାଟିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ୫ ଦିନ ଧରି କଳିଙ୍ଗ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଛି । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ଶିଶୁ ଅଂଶଗ୍ରହଣ କରି ଗୀତ, ନୃତ୍ୟ, ଚିତ୍ରାଙ୍କନ, ବକ୍ତୃତା, ସାଧାରଣ ଜ୍ଞାନ ଆଦି ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିବେ ।…

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧିଙ୍କ ଆଲୋଚନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା ରାଷ୍ଟ୍ର ଶାଖା ନିର୍ଦ୍ଦେଶକ ଏଲିଜାବେଥ ଫୋରେ (Elisabeth Faure, Representaive & Country Director of United Nations, World Food Programme) ସାକ୍ଷାତ କରି ରାଜ୍ୟରେ ଖାଦ୍ୟ ନିରାପତ୍ତା ଓ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟରେ ଉତ୍ତମ ପୋଷଣ ଓ ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ସୁଦୃଢ କରିବା ସମ୍ପର୍କରେ ଉକ୍ତ ସାକ୍ଷାତ…

୨ଟି ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତ ସରକରବଙ୍କ ସାମାଜିକ ମନ୍ତ୍ରଣାଳୟର ମନ୍ତ୍ରୀ ରାମଦାସ  ଅଠlୱାଲେଙ୍କ  ଅଧ୍ୟକ୍ଷତାରେ ୨ଟି ବିଭାଗର ଏକ ସମୀକ୍ଷା ବୈଠକ ରାଜ୍ୟ ଅତିଥି ଭବନଠାରେ  ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ  ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗର ବିଭାଗର ବିଭିନ୍ନ ସରକାରୀ ଯୋଜନା ଗୁଡିକର  ଆଲୋଚନା କରିଥିଲେ। ଏହି ବୈଠକରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ବିଭାଗର କମିଶନର…

୧୫ ନଭେମ୍ବର ଯାଏଁ ଚାଲିବ ଜନଜାତୀୟ ଗୌରବ ବର୍ଷ ପାଳନ କାର୍ଯ୍ୟକ୍ରମ

ଭୁବନେଶ୍ବର: ଚଳିତ ବର୍ଷ ଜନଜାତୀୟ ଗୌରବ ବର୍ଷ ଉତ୍ସବ ପାଳନ ୧ ନଭେମ୍ବରରୁ ୧୫ ନଭେମ୍ବର ଯାଏଁ ସମଗ୍ର ଦେଶରେ ପାଳନ କରାଯାଉଛି। ଭାରତର ସମୃଦ୍ଧ ଆଦିବାସୀ ଐତିହ୍ୟ, ସଂସ୍କୃତି ଏବଂ ରାଷ୍ଟ୍ର ନିର୍ମାଣରେ ଅବଦାନକୁ ସମ୍ମାନିତ କରିବା ପାଇଁ ସାରା ଦେଶରେ ଏହି ଉତ୍ସବ ପାଳନ କରାଯାଉଛି। ଏହିକ୍ରମରେ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ,ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନ  ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି…

ଓଡ଼ିଶାର କଳା, ସଂସ୍କୃତି ଅନୁସନ୍ଧାନ ଏବଂ ଆଧ୍ୟାତ୍ମିକ ଭୂମି ପରିଦର୍ଶନ କରିବାକୁ ଅନ୍ୟ ରାଜ୍ୟର ଲୋକଙ୍କୁ ରାଜ୍ୟପାଳଙ୍କ ନିମନ୍ତ୍ରଣ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ଦିନ ଗୁଜୁରାଟର ନର୍ମଦା ଜିଲ୍ଲା ଏକତା ନଗର (କେୱଡିଆ) ସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଭାରତ ପର୍ବ ୨୦୨୫ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ସମ୍ବୋଧିତ କରି ଅନ୍ୟ ରାଜ୍ୟର ଲୋକଙ୍କୁ କଳା, ସଂସ୍କୃତି ଓ ଆଧ୍ୟାତ୍ମିକତାର ଭୂମି ଓଡ଼ିଶା   ପରିଦର୍ଶନ କରିବାକୁ ନିମନ୍ତ୍ରଣ କରିଛନ୍ତ। ଭାରତ ପର୍ବ ହେଉଛି ଏକ ଭାରତ- ଶ୍ରେଷ୍ଠ ଭାରତର ଭାବନାକୁ ପାଳନ କରିବା ପାଇଁ ଭାରତ…

ସହରାଞ୍ଚଳ ପରିବହନ କ୍ଷେତ୍ରରେ ଓଡ଼ିଶାର ‘ଆମ ବସ’ ଓ ‘ଆମ ଇ-ରାଇଡ୍’କୁ ସ୍ୱତନ୍ତ୍ର ପୁରସ୍କାର

ନୂଆଦିଲ୍ଲୀ: ନିରନ୍ତର ସହରାଞ୍ଚଳ ଗତିଶୀଳତା ପାଇଁ ଅଭିନବ ଆଭିମୁଖ୍ୟ ଅବଲମ୍ବନ କରି ଓଡ଼ିଶା ଜାତୀୟ ମାନ୍ୟତା ହାସଲ କରିଛି। ରାଜଧାନୀ ଅଞ୍ଚଳ ସହରାଞ୍ଚଳ ପରିବହନ (ସି. ଆର. ୟୁ. ଟି), ଭୁବନେଶ୍ୱରକୁ ଏହାର ଫ୍ଲାଗସିପ୍ ପଦକ୍ଷେପ “ସର୍ବୋତ୍ତମ ସହରାଞ୍ଚଳ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରିଥିବା ରାଜ୍ୟ/ୟୁଟି ପାଇଁ ରନିଂ କଫି” ବର୍ଗରେ “ଆମ୍ ବସ ଏବଂ ଆମ୍ ଇ-ରାଇଡ୍” ପାଇଁ “ସହରାଞ୍ଚଳ ପରିବହନରେ ସ୍ୱତନ୍ତ୍ର  ପୁରସ୍କାର” ପ୍ରଦାନ କରାଯାଇଛି। ଗୁରୁଗ୍ରାମରେ ଅନୁଷ୍ଠିତ ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମଆଇ)…

ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପରିସରରେ ଅବସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନ ସମ୍ମିଳନୀ କକ୍ଷରେ ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତମାନଙ୍କୁ ନେଇ କର୍ମଚାରୀ କ୍ଷତିପୂରଣ ଆଇନ, ୧୯୨୩; ଗ୍ରାଚ୍ୟୁଇଟି ପ୍ରଦାନ ଆଇନ, ୧୯୭୨ ଓ ସର୍ବନିମ୍ନ ମଜୁରୀ ଆଇନ, ୧୯୪୮ରେ ମାମଲା ଶୁଣାଣି ସନ୍ଧୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନ ସମାରୋହରେ ଶ୍ରମ ଓ କର୍ମଚାର ରାଜ୍ୟ ବୀମା ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ମଧୁମିତା ନାୟକ…

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦ୍‍ଘାଟନ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି। ଏଥିସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ…

ଲୋକସେବା ଭବନରେ ବନ୍ଦେ ମାତରମ୍‌ର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍ ‘ ର ୧୫୦ ତମ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ କହିଥିଲେ।…