ଭୁବନେଶ୍ୱରର ଇନ୍ଫୋଭ୍ୟାଲି ଠାରେ ସିକ୍ସେମ୍ (SiCSem) ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି। ଭୁବନେଶ୍ୱରର ଇନ୍ଫୋଭ୍ୟାଲିଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାଦ୍ୱାରା ପ୍ରାୟ ୧୦୦୦ ପ୍ରଫେସନାଲ ମାନଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି…


