ଅଦ୍ୱିକା ସମ୍ମିଳନୀ : ଭାଗନେଲେ ୨୭ ଜିଲ୍ଲାର ୧୨୭ ଜଣ କିଶୋର କିଶୋରୀ
ଭୁବନେଶ୍ୱର: କିଶୋରକିଶୋରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଦୁଇଦିନିଆ ଅଦ୍ୱିକା ସମ୍ମିଳନୀ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସ ମଧ୍ୟରେ ୨୭ଟି ଜିଲ୍ଲାରୁ ଶ୍ରେଷ୍ଠ ବିବେଚିତ ୧୨୭ ଜଣ କିଶୋର କିଶୋରୀ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ନୃତ୍ୟ, ଗୀତ, କାହାଣୀ ପଠନ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। କିଶୋର ଅବସ୍ଥାରେ ଶାରୀରିକ ଓ ମାନସିକ ସ୍ତରରେ ହେଉଥିବା ପରିବର୍ତ୍ତନ, ସେମାନେ ସମ୍ମୁଖୀନ ହେଉଥିବା ହିଂସା ଓ ବିପଜ୍ଜନକ କାର୍ଯ୍ୟକଳାପରୁ…


