ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ଵର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୧) ପୁରୀସ୍ଥିତ ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ବାସଗୃହ “ପାଥେର ପୁରୀ”ର ପୁନରୁଦ୍ଧାର କରାଯାଇ ଏହାକୁ ଗୁରୁଦେବଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଂଗ୍ରହାଳୟରେ ପରିଣତ କରାଯିବ। ୨) ନଭେମ୍ବର ୫ ତାରିଖରୁ ଆରମ୍ଭ ହେଉଥିବା କଟକ ବାଲିଯାତ୍ରାରେ ଓଡ଼ିଆ…


