ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍ନାଲ୍ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ,…


