ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅନୁଷ୍ଠିତ
ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ କନଭେନସେନ ସେଣ୍ଟରରେ ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ତନ୍ୟପାନ ଦ୍ୱାରା ଉଭୟ…


