ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ନାଲ୍କୋ ରିସର୍ଚ୍ଚ ଓ ଟେକ୍ନୋଲୋଜି ସେଣ୍ଟର ମଧ୍ୟରେ ବୁଝାମଣା
ଭୁବନେଶ୍ୱର: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼, ଓଡ଼ିଶାର ୪୩ତମ ପ୍ରତିଷ୍ଠା ଦିବସ ସମାରୋହ ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନିଜ ଅଭିଭାଷଣରେ ମନ୍ତ୍ରୀ କହିଥିଲେ, ବିଗତ ୪୩ ବର୍ଷ ଧରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିବେଶ ସୁରକ୍ଷା ପ୍ରତି ନିଜର…


