ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ମ୍ୟାଲେରିଆ ଏବଂ ଡେଙ୍ଗୁ ସ୍ଥିତି ସମୀକ୍ଷା
ଭୁବନେଶ୍ଵର: ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ , କମିଶନର, ସିଡିଏମଓ ଙ୍କ ସହ ମ୍ୟାଲେରିଆ ଏବଂ ଡେଙ୍ଗୁ ରୋଗର ନିରାକରଣ ବାବଦରେ ସମୀକ୍ଷା କରିଥିଲେ। ସରକାର ଜନସ୍ୱାସ୍ଥ୍ୟ ସମସ୍ୟା, ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟର ବାହିତ ରୋଗ ଦୂରକରିବାରେ ପ୍ରତିବଦ୍ଧ ଏବଂ ଏଥିପାଇଁ ସମସ୍ତ ଅଧିକାରୀଙ୍କ ମିଳିତ ପ୍ରଚେଷ୍ଟାରେ…


