Aama Khabar

ଡିଏମଏଫ ପାଣ୍ଠି ସଂଗ୍ରହ କ୍ଷେତ୍ରରେ ଓଡ଼ିଶା ପ୍ରଥମ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ସରକାରଙ୍କ ଖଣି ମନ୍ତ୍ରାଳୟ ତରଫରୁ ନୂଆଦିଲ୍ଲୀଠାରେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାର୍ଗଦର୍ଶିକା ଅନୁସାରେ ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର ଯୋଜନା (ପିଏମକେକେଓ୍ୱାଇ) କାର୍ଯ୍ୟକାରୀ କରି ଜିଲ୍ଲା ଖଣିଜ ପାଣ୍ଠି (ଡିଏମଏଫ୍ )ର ଉଲ୍ଲେଖନୀୟ ଉପଯୋଗିତା ପାଇଁ ଓଡ଼ିଶାକୁ ପ୍ରଶଂସା କରାଯାଇଥିଲା। ୨୫ ଏପ୍ରିଲ୍ ୨୦୨୫ ସୁଦ୍ଧା ସମଗ୍ର ଦେଶରେ ଡିଏମ୍ ଏଫ୍ ପାଣ୍ଠି ସଂଗ୍ରହ ସାମଗ୍ରିକ ଭାବେ ୧,୦୮,୨୧୨.୪୨ କୋଟି ହୋଇଥିବା ବେଳେ ଓଡ଼ିଶା ୩୧ ,୩୨୪ କୋଟି…

ଛାତ ଉପରେ ଉଦ୍ୟାନ ଏବଂ ସହରାଞ୍ଚଳ ଉଦ୍ୟାନ କୃଷିକୁ ପ୍ରୋତ୍ସାହନ ପାଇଁ ଅଭିଯାନ ରଥର ଶୁଭାରମ୍ଭ

ଭୁବନେଶ୍ଵର: କୃଷି ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଛାତ ଉପରେ ଉଦ୍ୟାନ ଓ ସହରାଞ୍ଚଳ ଉଦ୍ୟାନକୃଷି ରଥର ଶୁଭାରମ୍ଭ କରିଛନ୍ତି l ଛାତ ଉପରେ ଉଦ୍ୟାନ ସଚେତନତା ରଥର ଶୁଭାରମ୍ଭ କରିବା ଅବସରରେ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଆଜିର ସମୟରେ ରାଜ୍ୟର ସହରଗୁଡ଼ିକରେ ସବୁଜ ସ୍ଥାନ ହ୍ରାସ, କଂକ୍ରିଟ୍ କୋଠା ନିର୍ମାଣ, ରାଜ୍ୟବ୍ୟାପୀ ସହରାଞ୍ଚଳ ବୃଦ୍ଧି ପାଉଛି। ସରକାର ପାର୍କ ଏବଂ ବୃକ୍ଷରୋପଣକୁ ପ୍ରୋତ୍ସାହିତ…

ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ ତାରିଖରେ ତିନିଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର

ଭୁବନେଶ୍ୱର: ଓଡିଶା ସରକାରଙ୍କ ଗୃହ (ସ୍ୱତନ୍ତ୍ର ଶାଖା) ବିଭାଗ, ବିଜ୍ଞପ୍ତି ସଂଖ୍ୟା ୧୩୮୯/ସି, ଭୁବନେଶ୍ୱର ତାରିଖ ୨୯.୦୬ .୨୦୨୫ ଅନୁଯାୟୀ, ତା.୨୯.୦୬ .୨୦୨୫ରେ ପୁରୀର ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଯୋଗୁଁ ତିନିଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ଭଳି ଦୁଃଖଦ ଘଟଣାର ତଦନ୍ତ ପାଇଁ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସ ନସଚିବ, ଓଡ଼ିଶାଙ୍କୁ ଦାୟିତ୍ୱ ଦିଆଯାଇଛି। ଏ ସଂପର୍କରେ ରାଜ୍ୟ ଯୋଜନା ଓ ସଂଯାଜନ ବିଭାଗ ତରଫରୁ ଗତ ଜୁଲାଇ ୩ ତାରିଖରେ…

କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଦ୍ୱାରା ସର୍ବ ଭାରତୀୟ ସ୍ତରରେ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ଏକ ପ୍ରକୃଷ୍ଟ ମଞ୍ଚ ପାଇପାରିବା ସହିତ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ କ୍ରୀଡ଼ା…

ସଡ଼କ ଓ ସେତୁ ନିର୍ମାଣରେ ଗୁଣାତ୍ମକ ମାନ ବଜାୟ ରଖିବା ଓ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା(ପିଏମଜିଏସ୍ଓ୍ୱାଇ) କାର୍ଯ୍ୟକାରିତା ସଂପର୍କିତ ୩୭ତମ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି ବୈଠକମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗ କମିଶନର ତଥା ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ ଓଡ଼ିଶାରେ ବିଗତ ବିଭିନ୍ନ ବର୍ଷରେ କରାଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର କାର୍ଯ୍ୟକାରିତା ଓ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ କରିଥିଲେ। ବୈଠକରେ କମିଟିର ସଦସ୍ୟ ଥିବା ପୂର୍ତ୍ତ,…

ଡଃ ମୁଖାର୍ଜୀଙ୍କ ପରି ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ। ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ କଟଅଫ୍ ମାର୍କ ତାଲିକା

ଭୁବନେଶ୍ୱର: ଯୁକ୍ତ ଦୁଇ ଆଡମିଶନ ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା। ବିଜ୍ଞାନ ଓ ବାଣିଜ୍ୟ ଓ କଳା କଟଅଫ୍ ମାର୍କରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ ଶୀର୍ଷରେ ରହିଛି। ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୧.୮୩% ସହ ରେଭେନ୍ସା ଶୀର୍ଷରେ ରହିଛି। ସେହିପରି ୮୯.୪୦% ମାର୍କ ସହ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର ଦ୍ବିତୀୟ ସ୍ଥାନରେ ରହିଛି। ୮୭.୫୦ % କଟଅଫରେ  ବାଲେଶ୍ବର ଫକୀର ମୋହନ…

ଚଳିତ ବର୍ଷ ଏକ ପେଡ୍ ମା’ କେ ନାମ୍ ୨.୦ ଅଭିଯାନର୍ ୭.୫ କୋଟି ଚାରା ରୋପଣ କରାଯିବ

ଭୁବନେଶ୍ୱର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଗୁଡିକର ପୁନର୍ବିନ୍ୟାସ (Restructuring) କରାଯାଇଛି । ଆଜି ପୁରୁଣା ଭୁବନେଶ୍ୱର ସ୍ଥିତ ବିଏମ୍ ହାଇସ୍କୁଲରେ ଆୟୋଜିତ ବନମହୋତ୍ସବ ସପ୍ତାହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…

ପ୍ରଶାସନରେ କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)ର ଉପଯୋଗ (ଏ.ଆଇ. ଚମ୍ପିଆନ/ କାଟାଲିଷ୍ଟ) ତାଲିମ କର୍ମଶାଳା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ଦେବା ନିମନ୍ତେ ରାଜ୍ୟ କନଭେନ୍‍ସନ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍‍ଓ୍ୱାନି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ଚାରିଦିନିଆ କର୍ମଶାଳା ଆରମ୍ଭ ହୋଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ହେଉଛି…

ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ରାଜ୍ୟରେ ଥିବା ସମସ୍ତ ୧୯୯ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ଅଧ୍ୟକ୍ଷ-ଅଧ୍ୟକ୍ଷାମାନଙ୍କ କାର୍ଯ୍ୟ ସମୀକ୍ଷା ଓ ଦକ୍ଷତା ବିକାଶ କର୍ମଶାଳା କୃଷି ଭବନଠାରେ ଆୟୋଜିତ ହୋଇଯାଇଛି। ଏହି ଏକ ଦିବସୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ ଯୋଗ ଦେଇଥିବା ବେଳେ ଉଚ୍ଚ…