Aama Khabar

‘ସିକିଲ୍ ସେଲ୍ ନିରାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି’

ଭୁବନେଶ୍ୱର: ବିଶ୍ଵ ସିକିଲ୍ ସେଲ୍ ଦିବସ ଉପଲକ୍ଷେ ୟୁନିସେଫ୍ ଏବଂ ଓଡ଼ିଶା ସରକାରଙ୍କ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମିଳିତ ଆନୁକୁଲ୍ୟରେ ରାଜ୍ୟ ସ୍ତରୀୟ ସଚେତନତା ଶିବିର ସ୍ଥାନୀୟ ଇଣ୍ଡିଆନ ମେଡିକାଲ ଆସୋସିଏସନ୍ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସ୍ଵାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି. ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ସିକିଲ୍ ସେଲ୍ ନିରାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି। ପ୍ରଥମ ପର୍ୟ୍ୟାୟରେ ରାଜ୍ୟର…

ରାଜ୍ୟପାଳଙ୍କ ସହ ଭାବ ବିନିମୟ କଲେ ଜନଜାତି ଛାତ୍ରଛାତ୍ରୀ

ଭୁବନେଶ୍ୱର: ପ୍ରତ୍ୟେକ ଛାତ୍ରଛାତ୍ରୀ ଜୀବନରେ ଲକ୍ଷ୍ୟ ରଖିବା ଉଚିତ ଏବଂ ଶିକ୍ଷା ହିଁ ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ବଳିଷ୍ଠ ମାଧ୍ୟମ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ଚଳିତ ଜୁନ ୧୯ ତାରିଖ ସନ୍ଧ୍ୟାରେ ଜନଜାତି ବିଦ୍ୟାର୍ଥୀ ଅନୁଭବ ଅଧ୍ୟୟନ ଯାତ୍ରାରେ ସାମିଲ ହୋଇଥିବା ଛାତ୍ରଛାତ୍ରୀଙ୍କ ସହ ରାଜ ଭବନର ଅଭିଷେକ ହଲ ଠାରେ ଭାବ ବିନିମୟ କରିବା ଅବସରରେ ରାଜ୍ୟପାଳ ଏହା କହିଛନ୍ତିI ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଓଡ଼ିଶା ଦ୍ୱାରା…

ସମସ୍ତ ଜିଲ୍ଲାରେ ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଅନୁଷ୍ଠିତ

ଭୁବନେଶ୍ୱର: ପ୍ରତିବର୍ଷ ପରି ଜୁନ୍‌ ୧୮ ଓ ୧୯ ତାରିଖରେ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜିତ ହୋଇଯାଇଛି। ଏହି ଅଭ୍ୟାସର ମୂଳ ଉଦ୍ଦେଶ୍ୟ ଥିଲା ପ୍ରସ୍ତୁତିର ପରୀକ୍ଷା, ଯାଞ୍ଚ, ଜରୁରୀକାଳୀନ ପ୍ରତିକି୍ରୟା ଏବଂ ସୁରକ୍ଷିତ ବ୍ୟବସ୍ଥା ସୁନିଶ୍ଚିତ କରିବା ସହ ଭବିଷ୍ୟତରେ ଆପଦକାଳୀନ ସ୍ଥିତିର ମୁକାବିଲା ପ୍ରସ୍ତୁତି ତ୍ୱରାନ୍ୱିତ କରିବା। ୨୦୨୫ ଜୁନ୍‌ ୧୮ରେ ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ଏବଂ ସମସ୍ତ ବ୍ଲକ୍‌ ଏବଂ ପୌର ପରିଷଦ…

ଓଡ଼ିଶା ବିଦ୍ୟୁତ ସଂସ୍କାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି:  ଟୋନି ବ୍ଲେୟାର

ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କେ ଭି ସିଂହଦେଓ ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜ (ଟିବିଆଇ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଟୋନି ବ୍ଲେୟାରଙ୍କୁ ଦିଲ୍ଲୀର ତାଜ ପ୍ଯାଲେସ ହୋଟେଲରେ ଭେଟିଛନ୍ତି। ଉଭୟ ନେତାଙ୍କ ଉପସ୍ଥିତିରେ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ, ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, କାନପୁର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜ ଦ୍ୱାରା ଏକ ତ୍ରିପାକ୍ଷିକ ଇଣ୍ଟେଣ୍ଟ ଲେଟର (ଏଲଓଆଇ) ସ୍ୱାକ୍ଷରିତ ହୋଇଛି।…

ଡାଇରିଆ ମୁକାବିଲା: କ୍ଷେତ୍ରସ୍ତରରେ ଏକାଭୀମୁଖୀ କାର୍ଯ୍ୟାନ୍ୱୟନ ନିର୍ଦ୍ଦେଶ

ଭୁବନେଶ୍ବର: ଡାଇରିଆ ସ୍ଥିତିର ମୁକାବିଲା ନିମନ୍ତେ ସଂପୃକ୍ତ ବିଭାଗମାନେ କ୍ଷେତ୍ର ସ୍ତରରେ ସମନ୍ୱିତ ଓ ଏକାଭୀମୁଖୀ ଭାବେ କାର୍ଯ୍ୟ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନ ସଭାଗୃହଠାରେ ବିଭିନ୍ନ ଜିଲ୍ଲାରେ ଡାଇରିଆ ମୁକାବିଲା ସ୍ଥିତିର ସମୀକ୍ଷା କରି ଶ୍ରୀ ଆହୁଜା ଏହି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ବିଭିନ୍ନ ଜିଲ୍ଲାରେ ଡାଇରିଆ ମୁକାବିଲା ସଂପର୍କରେ ସ୍ଥିତି ସମୀକ୍ଷା କରିଥିଲେ। ଅନୁଷ୍ଠିତ ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ…

ପୁରୀରେ ଜଳବାହିତ ରୋଗ ନିବାରଣ ବ୍ୟବସ୍ଥାକୁ କଡାକଡି କରିବାକୁ ନିର୍ଦ୍ଦେଶ

ପୁରୀ:  ଗୃହ ଏବଂ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ପୁରୀର ସ୍ୱତନ୍ତ୍ର ସର୍କିଟ ହାଉସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମ୍ପ୍ରତି ଜଳବାହିତ ରୋଗ ସତର୍କତା ଏବଂ ଆଗାମୀ ରଥଯାତ୍ରା ମହୋତ୍ସବକୁ ଦୃଷ୍ଟିରେ ରଖି ଜନସ୍ୱାସ୍ଥ୍ୟ ପ୍ରସ୍ତୁତି ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ଗୃହ ନିର୍ମାଣ ଏବଂ ନିର୍ମାଣ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ, ଏସପି ପୁରୀ ଏବଂ ୱାଟକୋ, ପୁରୀ ପୌରପାଳିକା…

ମକା, ସୋରିଷ ଏବଂ ଧାନର ଉଚ୍ଚ ଅମଳକାରୀ ଏବଂ ଜଳବାୟୁ ସହନୀୟ କିସମ ବିକଶିତ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିହନ ଉପ-କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ, ୩ ପ୍ରକାର ଅଣ-ଧାନ କିସମ ଯଥା ଓୟୁଏଟି କଳିଙ୍ଗ ମକା ୧  (ଖୁସି), ଓୟୁଏଟି କଳିଙ୍ଗ ସୋରିଷ ୨  (ସମୃଦ୍ଧି), ଓୟୁଏଟି କଳିଙ୍ଗ ସୋରିଷ ୩  (ସିଦ୍ଧି) ରାଜ୍ୟରେ ବିକଶିତ କରିବା ପାଇଁ ଅନୁମୋଦିତ ହୋଇଛି l…

‘କୁମ୍ଭୀର ସଂରକ୍ଷଣ ବିଜ୍ଞାନରେ ଓଡ଼ିଶାର ନେତୃତ୍ୱ ଆଜି ସ୍ଵୀକୃତ’

ଭୁବନେଶ୍ବର: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରରେ “କୁମ୍ଭୀର ସଂରକ୍ଷଣର ପଚାଶ ବର୍ଷ: ଶିକ୍ଷା ଏବଂ ଆଗକୁ ବଢ଼ିବା” ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି। ଆଲୋଚନାଚକ୍ରକୁ ଉଦଘାଟନ କରି ସମ୍ବଲପୁର ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପଦ୍ମଶ୍ରୀ ପ୍ରଫେସର ପ୍ରିୟମ୍ବଦା ମହାନ୍ତି ହେଜମାଦି କହିଲେ ଯେ,  ୧୯୭୫ ଏପ୍ରିଲ ୧ରେ ଭାରତ ସରକାର କୁମ୍ଭୀର ସଂରକ୍ଷଣ ପ୍ରକଳ୍ପ ଆରମ୍ଭ କରିବା ସମୟରେ, ଓଡ଼ିଶା ଦେଶର କୁମ୍ଭୀର ସଂରକ୍ଷଣ କ୍ଷେତ୍ରରେ ପ୍ରଥମ ବୈଜ୍ଞାନିକ ପ୍ରୟାସର କେନ୍ଦ୍ର ଭାବରେ ଉଭା ହୋଇଥିଲା। ପ୍ରକଳ୍ପ ଆରମ୍ଭ…

“ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ “ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଶୀର୍ଷକ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ଆରମ୍ଭ କରାଯାଇଛି। ଗତ ନଭେମ୍ବର ମାସରେ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ। ଯେଉଁଥିରେ ବିଭିନ୍ନ ଦେଶରୁ ବିଶେଷଜ୍ଞ, କୃଷି ବୈଜ୍ଞାନିକମାନେ ଯୋଗଦେଇଥିଲେ। ସାରା ରାଜ୍ୟରେ ପାରମ୍ପରିକ…

‘ଓଡ଼ିଶାର ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛିl ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ହେବ। ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟ…