Aama Khabar

ସ୍ୱାୟତ୍ତ ଦିବସ ପାଳନ ଉପଲକ୍ଷେ ସବୁଜ ୱାର୍ଡ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ। ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମମାନ ପାଳନ କରାଯିବ। ଏଥିପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ବିଭିନ୍ନ ମହାନଗର ନିଗମର କମିଶନର ଓ ସମସ୍ତ ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ‘ଏକ ପେଡ୍‌…

ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଜନସାଧାରଣଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବ: ବାଚସ୍ପତି

+ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଉନ୍ମୋଚିତ ହୋଇଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବସାଇଟକୁ ଉନ୍ମୋଚନ କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍‌ଆଇସିର ବୈଷୟିକ ପରାମର୍ଶରେ…

ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ଵର: ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ସମ୍ମିଳନୀ କକ୍ଷରେ ବାଙ୍ଗାଲୋରର ବେସିକ ନିଡସ ଇଣ୍ଡିଆ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ପ୍ରୟାସରେ ଅନୁଷ୍ଠିତ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ଏହି ସମ୍ମିଳନୀରେ ଯୋଗ ଦେଇ ମନୁଷ୍ୟ ଅଧିକ ଦିନ ଧରି ମାନସିକ ଚାପରେ ରହିଲେ ତାହା…

“ଡି. ଆର.ଆଇ.ପ୍ଲାଣ୍ଟ” ରେ ସୁରକ୍ଷା ସମ୍ପର୍କିତ ତାଲିମ୍

ଭୁବନେଶ୍ଵର: ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ୟ୍ୟସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ପକ୍ଷରୁ ଭିନ୍ନ ଭିନ୍ନ୍ ସୁରକ୍ଷା ସମ୍ପର୍କିତ  ପ୍ରସଙ୍ଗ ଉପରେ ତାଲିମ କାର୍ୟ୍ୟକ୍ରମ ମାନ ଅନୁଷ୍ଠିତ ହୋଇଆସୁଅଛି। ସେହି କ୍ରମରେ ରାଜ୍ୟରେ ସ୍ପଞ୍ଜ ଆଇରନ୍ କାରଖାନା ମାନଙ୍କରେ ‘ଡି ଆର ଆଇ ପ୍ଲାଣ୍ଟ’  ଗୁଡିକରେ ସୁରକ୍ଷିତ ଚଳନ ଏବଂ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ…

ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ମ୍ୟାଲେରିଆ ଏବଂ ଡେଙ୍ଗୁ ସ୍ଥିତି ସମୀକ୍ଷା

ଭୁବନେଶ୍ଵର: ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ , କମିଶନର, ସିଡିଏମଓ ଙ୍କ ସହ ମ୍ୟାଲେରିଆ ଏବଂ ଡେଙ୍ଗୁ ରୋଗର ନିରାକରଣ ବାବଦରେ ସମୀକ୍ଷା କରିଥିଲେ। ସରକାର ଜନସ୍ୱାସ୍ଥ୍ୟ ସମସ୍ୟା, ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟର ବାହିତ ରୋଗ ଦୂରକରିବାରେ ପ୍ରତିବଦ୍ଧ ଏବଂ ଏଥିପାଇଁ ସମସ୍ତ ଅଧିକାରୀଙ୍କ ମିଳିତ ପ୍ରଚେଷ୍ଟାରେ…

ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ଵର: ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ  ମୁଖ୍ୟ ଅତିଥି ରୂପେ ସଭାକୁ ସମ୍ବର୍ଦ୍ଧିତ କରି ରାଜ୍ୟରେ ସ୍ତନ୍ୟପାନ ପ୍ରଚାର, ସୁରକ୍ଷା ଓ ସମର୍ଥନ ପାଇଁ ଏକ ଦୃଢ, ସମଗ୍ର ଏବଂ ସମୁଦାୟ ଭାଗୀଦାରି ମାଧ୍ୟମରେ…

ଆଇଆଇଏମ୍‌, ସମ୍ବଲପୁର ସହ ଚୁକ୍ତି କଲା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି…

‘ଆମ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ’

ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର ‘ହସ୍ତତନ୍ତ କ୍ଷେତ୍ର’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ। ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାଶନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ,…

ତୃଣମୂଳସ୍ତରରେ ଜନଜାତି କଲ୍ୟାଣ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ବର: ଭାରତ ତଥା ରାଜ୍ୟ ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ତୃଣମୂଳସ୍ତରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମିଶନ୍ ମୋଡରେ ଆରମ୍ଭ ହୋଇଛି “ଆଦି କର୍ମଯୋଗୀ ଅଭିଯାନ” । ବିକଶିତ ଭାରତ @୨୦୪୭ ଲକ୍ଷ୍ୟ ହାସଲ କରିବା ଦିଗରେ ଭାରତ ସରକାରଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରାଳୟ ଅଧିନରେ ଏକ ପ୍ରଶିକ୍ଷିତ କ୍ୟାଡର ପ୍ରସ୍ତୁତ କରି ଜନଜାତି ସମ୍ପ୍ରଦାୟଙ୍କ ନିକଟରେ ସରକାରଙ୍କ ସେବାକୁ ପହଞ୍ଚାଇବା ଏବଂ ସରକାରଙ୍କ ପ୍ରତି ସେମାନଙ୍କର ବିଶ୍ବାସକୁ ଦୃଢୀଭୂତ କରିବା ଉଦ୍ଦେଶ୍ୟରେ ଆଦି କର୍ମଯୋଗୀ ଅଭିଯାନର ଶୁଭାରମ୍ଭ।…

ସବୁଜ ସଡକ ନିର୍ମାଣରେ ପ୍ଲାଷ୍ଟିକ ବର୍ଜ୍ୟ ବ୍ୟବହାର ହେବ

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ ପରିବେଶ-ଅନୁକୂଳ ଅଭ୍ୟାସ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଲୋକପାତ କରିଥିଲେ ଯେ ପ୍ଲାଷ୍ଟିକ୍ ଅଳିଆ, ବିଶେଷକରି ବୋତଲ ଏବଂ କ୍ୟାରୀ ବ୍ୟାଗ…