ମୌଳିକ ଶିକ୍ଷାସ୍ତର ବୃଦ୍ଧି ନିମନ୍ତେ ପ୍ରୟାସ
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ। ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ। ପରବର୍ତ୍ତୀ ଶ୍ରେଣୀକୁ ଯିବା…


