ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ
ଭୁବନେଶ୍ୱର: ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ। ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା। ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା…


