ଇ-ଗଭର୍ଣ୍ଣାନ୍ସ ପ୍ରଣୟନରେ ଉତ୍କର୍ଷ ଲାଗି
ଶୁଆକାଟୀ ପଞ୍ଚାୟତକୁ ଜାତୀୟ ଜୁରି ପୁରସ୍କାର ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ଶୁଆକାଟୀ ଗ୍ରାମ ପଞ୍ଚାୟତ ୨୨ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫ରେ ଏକ ମର୍ଯ୍ୟାଦାଜନକ ଜୁରି ପୁରସ୍କାର ଜିତି ଓଡ଼ିଶା ଏବଂ କେନ୍ଦୁଝର ପାଇଁ ସୁନାମ ଆଣି ଦେଇଛି । ଚଳିତ ବର୍ଷ ପ୍ରଥମଥର ପାଇଁ ଗ୍ରାମ ପଞ୍ଚାୟତ ଲାଗି ଉଦ୍ଦିଷ୍ଟ ବର୍ଗରେ ଏହା ଦେଶର ଅନ୍ୟ ତିନୋଟି ସ୍ଥାନୀୟ ସଂସ୍ଥା ମଧ୍ୟରେ ସ୍ଥାନ ପାଇ ଏକ ବିରଳ ସଫଳତା ହାସଲ କରିପାରିଛି…


