ସଡ଼କ ଦୁର୍ଘଟଣାର ୨୪ ଘଣ୍ଟା ମଧ୍ୟରେ ଚିକିତ୍ସିତ ହେଲେ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା

ଭୁବନେଶ୍ୱର: ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଏବଂ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ‘ପ୍ରଧାନମନ୍ତ୍ରୀ ରୋଡ୍ ଆକ୍ସିଡେଣ୍ଟ ଭିକ୍ଟିମ୍ସ ହସ୍ପିଟାଲାଇଜେସନ ଆଣ୍ଡ ଆସ୍ୟୁର୍ଡ ଟ୍ରିଟମେଣ୍ଟ’ (ପିଏମ ରାହାତ) ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ  ବୈଠକ  ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ…

କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ, ଗୋଟେ ପଟୁ ଗାଡି ଆସୁଥିଲେ ଆରପଟୁ ସାଇରନ୍ ବାଜିବ

ଭୁବନେଶ୍ୱର: ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି। ଏହା ସହିତ ରାଜ୍ୟ ରାଜଧାନୀର କାୟାକଳ୍ପ ହେଲାଭଳି ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟ…

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ ନିର୍ମିତ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଶୁଭ ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ଟ୍ରମା କେୟାର ସେଣ୍ଟର ଓ OPD ନିର୍ମାଣ ପାଇଁ ସରକାର ପକ୍ଷରୁ ମୋଟ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ମାଧ୍ୟମରେ ଦୁର୍ଘଟଣାଗ୍ରସ୍ତ ରୋଗୀମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା…

ଆମ ବସ୍ ପରିଚାଳନାକୁ ସୁଦୃଢ଼ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ୱର : ଆମ ବସ୍ ଦୁର୍ଘଟଣାରେ ରାଜଧାନୀରେ ଦୁଇ ଜଣଙ୍କ ଜୀବନ ଯିବାପରେ ପରିପ୍ରେକ୍ଷୀରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମ ବସ୍ ସେବାର ସୁରକ୍ଷା, ପରିଚାଳନା ଏବଂ ପରିଚାଳନା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପରିବହନ କମିଶନର ଅମିତାଭ ଠାକୁର,  କ୍ରୁଟ୍‍ର ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ ବିଶ୍ୱାଳ, ଭୁବନେଶ୍ବର ଡିସିପି ଜଗମୋହନ ମୀନା,…

ସଡ଼କ ଦୁର୍ଘଟଣା ଜନିତ ମୃତାହତ ସଂଖ୍ୟା ହ୍ରାସ ପାଇଁ ବ୍ୟାପକ ଜନ ସଚେତନତା କରାଯିବ

ଭୁବନେଶ୍ୱର : ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ବ୍ୟାପକ ଜଣସଚେତନତା ମାଧ୍ୟମରେ ଏହି ସଂଖ୍ୟା ହ୍ରାସ କରିହେବ I ଏଥିପାଇଁ  ନଭେମ୍ବର ୧୬ ରୁ ୩୦ ଯାଏଁ ଶୂନ ମୃତାହତ ପକ୍ଷ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏଥିନେଇ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟରେ ଚାରିଟି ‘ଇ’ଯଥା- ଏନଫୋର୍ସମେଣ୍ଟ,…

ବୁଲା ଗୋରୁ ବିପଦର ମୁକାବିଲା ପାଇଁ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା

ଭୁବନେଶ୍ୱର : ନିରାପଦ ଯାତ୍ରା ଓ ସୁରକ୍ଷିତ ସଡକ ପ୍ରତି ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇ ରାଜପଥ ଏବଂ ରାସ୍ତାଘାଟରେ ବୁଲୁଥିବା ଗାଈଗୋରୁଙ୍କ ସମସ୍ୟାର ସମାଧାନ ପାଇଁ ଓଡ଼ିଶା ଏକ ନିର୍ଣ୍ଣାୟକ ପଦକ୍ଷେପ ନେଇଛି। ରାଜ୍ୟରେ ସଡ଼କ ସୁରକ୍ଷା ବୃଦ୍ଧି କରିବା ସହିତ ମଣିଷ ଏବଂ ପଶୁ କଲ୍ୟାଣ ଉଭୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖିବ ଏକ ସମନ୍ୱିତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଲାଗି ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ…

ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ପରିବହନ ପ୍ରାଧିକରଣ ଆନୁକୁଲ୍ଯରେ ଆୟୋଜିତ ଏହି ବୈଠକରେ ସଡକ ଦୁର୍ଘଟଣା କମାଇବା, ଟ୍ରାଫିକ୍ ନିୟମର କଡ଼ା କାର୍ଯ୍ୟାନ୍ବୟନ, ଜାତୀୟ ରାଜପଥ ପାଟ୍ରୋଲିଂ, ସିସିଟିଭି ନିରୀକ୍ଷଣ, ସଚେତନତା କାର୍ଯ୍ୟକ୍ରମ ଏବଂ ସ୍କୁଲ-କଲେଜ ସ୍ତରରେ ସଡ଼କ ସୁରକ୍ଷା ଶିକ୍ଷା ଆଦି ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।…

କାରଖାନା ଅଗ୍ନୀ ସୁରକ୍ଷା ଅଧିକାରୀଙ୍କ ତାଲିମ କର୍ମଶାଳା

ଭୁବନେଶ୍ୱର: ଶିଳ୍ପାୟନ ରେ ଅଗ୍ନୀ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ କାରଖାନା ମାନଙ୍କରେ ନିଯୁକ୍ତ ଅଗ୍ନୀ ସୁରକ୍ଷା ଅଧିକାରୀ ମାନଙ୍କର ପାରିଦର୍ଶିତା ବୃଦ୍ଧି  ନିମନ୍ତେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ବର ସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନ ଆନୁକୁଲ୍ୟରେ ସଂସ୍ଥାନ ସମ୍ମିଳନୀ କକ୍ଷରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଉଛି। ପୂର୍ବାହ୍ନରେ କର୍ମଶାଳାକୁ  ମୁଖ୍ୟ ଅତିଥି  ସରକାରଙ୍କ  ଶ୍ରମ ଏବ୍ଂ ରାଜ୍ୟ କର୍ମଚାରୀ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ତଥା କାରଖାନା ଏବଂ…

ଦୁର୍ଘଟଣା ତଦନ୍ତକାରୀଙ୍କ ପାଇଁ ଏକ ଦିବସୀୟ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ବର: ସଡ଼କ ସୁରକ୍ଷାକୁ ସୁନିଶ୍ଚିତ କରିବା ଦିଗରେ ଆଉ ଏକ ପାଦ ଆଗକୁ ବଢ଼ାଇଛନ୍ତି ଓଡ଼ିଶା ସରକାର। ବାଣିଜ୍ୟ ଓ ପରିବହନ ବିଭାଗ, ଓଡ଼ିଶା ସରକାର ଆଇଆଇଟି ମାଡ୍ରାସର ଆରବିଜି ଲ୍ୟାବ୍ସର ମିଳିତ ଆନୁକୂଲ୍ୟରେ ଦୁର୍ଘଟଣା ତଦନ୍ତକାରୀଙ୍କ ପାଇଁ ଏକଦିବସୀୟ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ବିଏମସି ଅଫିସର ଦ୍ବିତୀୟ ମହଲାରେ ଆୟୋଜିତ ହୋଇଯାଇଛି। ଏହି ତାଲିମ କାର୍ଯ୍ୟକ୍ରମ ରୁଟ୍ କଜ୍ ଆନାଲିସିସ୍ ମ୍ୟାଟ୍ରିକ୍ସ (ଆରସିଏଏମ୍) ଉପରେ କେନ୍ଦ୍ରିତ ଥିଲା। ଅର୍ଥାତ ଏହା ବୈଜ୍ଞାନିକ ପଦ୍ଧତିରେ ପ୍ରମାଣ…

କେନ୍ଦୁଝର ମେଡିକାଲ କଲେଜ୍ ଟ୍ରମା କେୟାର ସେଣ୍ଟରରେ ପ୍ରଥମ ଅସ୍ଥିଶଲ୍ୟ ଅସ୍ତ୍ରୋପଚାର

ଭୁବନେଶ୍ୱର : କେନ୍ଦୁଝରର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ସେଣ୍ଟରରେ ପ୍ରଥମ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଛି।  ୧୦ ବର୍ଷର ବାଳକ କ୍ଷିରୋଦ ଜାମୁଡ଼ାଙ୍କୁ ନୂଆ ଜୀବନ ମିଳିଛି। ଚଳିତ ମାସ ୧୪ ତାରିଖ ସନ୍ଧ୍ୟାରେ କ୍ଷିରୋଦ ଏକ ସଡ଼କ ଦୁର୍ଘଟଣାରେ ଗମ୍ଭୀର ଭାବେ ଆହତ ହୋଇଥିଲେ । କ୍ଷିରୋଦଙ୍କୁ ପ୍ରଥମେ ହରିଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପ୍ରଦାନ କରାଗଲାପରେ କେନ୍ଦୁଝରର ଧରଣୀଧର ମେଡିକାଲ କଲେଜ  ଓ ହସ୍ପିଟାଲକୁ…