ଆଇଟିଆଇ ଉନ୍ନତିକରଣ ପାଇଁ ଜାତୀୟ ଯୋଜନା ଉପରେ ପରାମର୍ଶଦାତା କର୍ମଶାଳା
ଭୁବନେଶ୍ୱର: ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟରେ ବୈଷୟିକ ଶିକ୍ଷାର ଭବିଷ୍ୟତ ଗଠନ ପାଇଁ ନୀତି ନିର୍ଦ୍ଧାରକ, ଶିଳଳ୍ପୋଦ୍ୟୋଗୀ ଏବଂ ତାଲିମ ବିଶେଷଜ୍ଞଙ୍କୁ ଏକତ୍ରିତ କରି ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ ହୋଇଯାଇଛି। ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା (ଏମ୍ଏସଡିଇ)ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ମିଳିତ ଭାବରେ ଆୟୋଜିତ ଏହି କର୍ମଶାଳାରେ ହବ୍-ଏଣ୍ଡ-ସ୍ପୋକ୍ ମଡେଲ୍ ମାଧ୍ୟମରେ…
