ଜଳ ବିଦ୍ୟୁତ୍ ନିଗମ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି

ଭୁବନେଶ୍ୱର : ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉନ୍ନୟନ କମିଶନର ଅନୁ ଗର୍ଗ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବଙ୍କ ଉପସ୍ଥିତିରେ ମୁଖୀଗୁଡ଼ାରେ ୬୦୦ ମେଗାୱାଟ କ୍ଷମତା ବିଶିଷ୍ଟ ଅପର ଇନ୍ଦ୍ରାବତୀ ପମ୍ପଡ଼  ଷ୍ଟୋରେଜ୍…

କନ୍ଧମାଳ ପାଇଁ ପ୍ରାୟ ୭୫୦ କୋଟିର ୧୦ଟି ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବା…

ଗୋଧନେଶ୍ୱର, ଖଇରମାଳ, ଉଲୁଣ୍ଡା ଓ ସୁରୁବାଲି ଠାରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ…

ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ।…

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଶୈଳଶ୍ରୀ ବିହାରସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଅଧ୍ୟକ୍ଷ ପ୍ରଦୀପ କୁମାର ଜେନା ଶ୍ରୀ ମହାନ୍ତିଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।  ଏହି ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି…

ଧାନକିଣା ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରାଜ୍ୟରେ ଚଳିତ ଋତୁରେ ରବି ଧାନ ସଂଗ୍ରହ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଓଡିଶା ରାଜ୍ୟ ଯୋଗାଣ ନିଗମ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରବି ଧାନ ସଂଗ୍ରହ ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟରେ ଚଳିତ ରବି ଋତୁରେଏପର୍ଯ୍ୟନ୍ତ ପ୍ରାୟ ୮୮ ହଜାର…

‘ରାଜସ୍ୱ ଅଧିକାରୀ ଜନସାଧାରଣଙ୍କ ଆସ୍ଥା ଭାଜନ ହୁଅନ୍ତୁ’

ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଚାଲିଥିବା ରାଜସ୍ୱ ଅଧିକାରୀ ମାନଙ୍କ ସମ୍ମିଳନୀ ଉଦଯାପିତ ହୋଇଛି| ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଲେ ଯେ ରାଜସ୍ୱ ଅଧିକାରୀ ମାନଙ୍କୁ ଜନସାଧାରଣ ତଥା ରାଜ୍ୟର ସ୍ୱାର୍ଥକୁ ଆଖି ଆଗରେ ରଖି ନିଷ୍ଠାପର ଭାବେ କାର୍ଯ୍ୟ କରିବାକୁ ପଡିବ|ସାଧାରଣ ଜନତାଟିଏ ସଠିକ ସମୟରେ ଉପଯୁକ୍ତ ନ୍ୟାୟ ପାଇବା ଉଚିତ | ଆପଣମାନଙ୍କୁ ସମସ୍ତ ସମସ୍ୟାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ…

ବର୍ଷା ଋତୁରେ ସଂକ୍ରାମକ ରୋଗ ନିୟନ୍ତ୍ରଣ ପାଇଁ

ସଚେତନତାମୂଳକ କାର୍ଯ୍ୟକ୍ରମ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍ ଙ୍କ ଉପସ୍ଥିତିରେ ବର୍ଷା ଋତୁରେ ଦେଖା ଦେଉଥିବା ବିଭିନ୍ନ ସଂକ୍ରାମକ ରୋଗ ପାଇଁ  ପ୍ରତିକାରାତ୍ମକ ପଦକ୍ଷେପ ସଂପର୍କରେ ସମୀକ୍ଷା କରିଥିଲେ। ଏଥିରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇ…

ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ଆଲୋଚନା  

ଭୁବନେଶ୍ୱର: ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଭାଗୀୟ ସମ୍ମିଳନୀ କକ୍ଷରେ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନଙ୍କ ସହ ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି । ବାରିପଦା ବିଧାୟକ ପ୍ରକାଶ ସୋରେନ, ଉଦଳା ବିଧାୟକ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ବାଙ୍ଗୀରିପୋଷୀ ବିଧାୟିକା ସାଞ୍ଜାଳି ମୁର୍ମୁ ଓ ସରସକଣା ବିଧାୟକ ଭାଦବ ହାଁସଦା ପ୍ରମୁଖ ଏହି ବୈଠକରେ ଉପସ୍ଥିତ…

‘ପ୍ରତି ଗାଁରେ 5ଜଣ ଲକ୍ଷପତି ଦିଦି ସୃଷ୍ଟି ହେବେ ‘

ନିମାପଡ଼ା: ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ  ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଉଦଘାଟନ ହୋଇଯାଇଛି । ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପ୍ରଥମେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ “ଏକ ପେଡ୍ ସେନା କେ ନାମ୍ ” ପରିପ୍ରେକ୍ଷୀରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…