ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଚେତନତା ବୈଠକ
ଭୁବନେଶ୍ବର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (Internal Complaint Committee) ଦ୍ୱାରା କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ-୨୦୧୩ର ରୂପାୟନ ସମ୍ବନ୍ଧୀୟ ଏକ ବିସ୍ତୃତ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ତଥା ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଭାପତି ସୌଦାମିନୀ ସେଠୀ, ସ୍ଵତନ୍ତ୍ର ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜଶ୍ରୀ ସିଂହ, ସ୍ଵତନ୍ତ୍ର…
