OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ସମ୍ପୃକ୍ତ ଛଅ ଜଣ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ଯରେ ଆୟୋଜିତ ହେବାକୁ ଥିବା OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ସମ୍ପୃକ୍ତ ଥିବା ଛଅ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡିଜିପି, କ୍ରାଇମବ୍ରାଞ୍ଚ, ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ମାଧ୍ଯମିକ ଶିକ୍ଷା ପରିଷଦର ଡାଟା ଏଣ୍ଟ୍ରି ଅପରେଟର (୧) ଜିତନ ମହାରଣା ,କଛାପଡା, ସିମୁଳିଆ, ବାଲେଶ୍ଵର (୨)…
