ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ଜୁଲାଇ ୧୭ ତାରିଖରୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ
ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୫-୨୬ର ଲାଭ ନେବା ପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଏହି ଯୋଜନା ସମ୍ବନ୍ଧୀୟ ସମସ୍ତ ବିବରଣୀ…
