୩୫ ତମ ଡ୍ୟାସବୋର୍ଡ ସମୀକ୍ଷା

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୩୫ତମ ଡ୍ୟାସବୋର୍ଡ ସମୀକ୍ଷା ବୈଠକ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ନାଗରିକ-କୈନ୍ଦ୍ରିକ ଶାସନ ଉପରେ  ଗୁରୁତ୍ୱ ସହିତ ମୁଖ୍ୟ ସହରାଞ୍ଚଳ ବିକାଶ ପଦକ୍ଷେପଗୁଡ଼ିକରେ ପ୍ରଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ଵ ଦିଆଯାଇଥିଲା। ସେହିପରି ସମନ୍ୱିତ ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର  ଯାହାକୁ ଅଭିଯୋଗ ସମାଧାନ, ବାସ୍ତବ-ସମୟ ସହରାଞ୍ଚଳ ତଦାରଖ ଏବଂ ବିଭାଗଗୁଡ଼ିକ ମଧ୍ୟରେ ସୁଗମ ସମନ୍ୱୟ ପାଇଁ ସ୍ନାୟୁ କେନ୍ଦ୍ର…

ମୌଳିକ ଶିକ୍ଷାସ୍ତର ବୃଦ୍ଧି ନିମନ୍ତେ ପ୍ରୟାସ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ। ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ। ପରବର୍ତ୍ତୀ ଶ୍ରେଣୀକୁ ଯିବା…

ଜୁଲାଇ ୧୪ ଓ ୧୫ରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛିl ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛିl ବୈଠକରେ ଆଲୋଚିତ ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ),  ଭୁବନେଶ୍ୱରର  ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଏବଂ  ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା…

ରାଜ୍ୟ ଲ’ କମିଶନ ଲୋଗୋ ଓ ଇ-ମେଲ ଆଇଡି ଉନ୍ମୋଚିତ

ଭୁବନେଶ୍ୱର: ଓଡିଶା ରାଜ୍ୟ ଲ’ କମିଶନଙ୍କ ପ୍ରଥମ ବୈଠକ ତୋଷାଳୀ ଭବନ ସ୍ଥିତ କମିଶନଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ପଦାଧିକାରୀ ସଦସ୍ୟ ମାନସ ରଞ୍ଜନ ବାରିକ, ପ୍ରଫେସର ଲଳିତ କୁମାର ଦେବ, ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରସାଦ ମିଶ୍ର ଏବଂ ସୌର ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥଲେ। ଏହି ପ୍ରଥମ ବୈଠକରେ ପାଞ୍ଚଟି କାର୍ଯ୍ୟସୂଚୀ…

କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାର ଓଡ଼ିଶାର ଚାଷୀ ଭାଇଭଉଣୀଙ୍କ କଠିନ ପରିଶ୍ରମ ଓ ନବସୃଜନର ନିଦର୍ଶନ- ଶ୍ରୀ ସିଂହଦେଓ

ଭୁବନେଶ୍ୱର: ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବରେ ମାନ୍ୟତା ଦେଇ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ପ୍ରତିଷ୍ଠିତ ଏଗ୍ରିକଲଚର ଲିଡ଼ରସିପ ପୁରସ୍କାର ପ୍ରଦାନ କରାଯାଇଛି। କୃଷି କ୍ଷେତ୍ରରେ ଭାରତର ଅଗ୍ରଣୀ ଗଣମାଧ୍ୟମ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ଆୟୋଜିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାରକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରହଣ କରିଛନ୍ତି । ନୂଆଦିଲ୍ଲୀରେ…

ଡିଏମଏଫ ପାଣ୍ଠି ସଂଗ୍ରହ କ୍ଷେତ୍ରରେ ଓଡ଼ିଶା ପ୍ରଥମ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ସରକାରଙ୍କ ଖଣି ମନ୍ତ୍ରାଳୟ ତରଫରୁ ନୂଆଦିଲ୍ଲୀଠାରେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାର୍ଗଦର୍ଶିକା ଅନୁସାରେ ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର ଯୋଜନା (ପିଏମକେକେଓ୍ୱାଇ) କାର୍ଯ୍ୟକାରୀ କରି ଜିଲ୍ଲା ଖଣିଜ ପାଣ୍ଠି (ଡିଏମଏଫ୍ )ର ଉଲ୍ଲେଖନୀୟ ଉପଯୋଗିତା ପାଇଁ ଓଡ଼ିଶାକୁ ପ୍ରଶଂସା କରାଯାଇଥିଲା। ୨୫ ଏପ୍ରିଲ୍ ୨୦୨୫ ସୁଦ୍ଧା ସମଗ୍ର ଦେଶରେ ଡିଏମ୍ ଏଫ୍ ପାଣ୍ଠି ସଂଗ୍ରହ ସାମଗ୍ରିକ ଭାବେ ୧,୦୮,୨୧୨.୪୨ କୋଟି ହୋଇଥିବା ବେଳେ ଓଡ଼ିଶା ୩୧ ,୩୨୪ କୋଟି…

ଛାତ ଉପରେ ଉଦ୍ୟାନ ଏବଂ ସହରାଞ୍ଚଳ ଉଦ୍ୟାନ କୃଷିକୁ ପ୍ରୋତ୍ସାହନ ପାଇଁ ଅଭିଯାନ ରଥର ଶୁଭାରମ୍ଭ

ଭୁବନେଶ୍ଵର: କୃଷି ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଛାତ ଉପରେ ଉଦ୍ୟାନ ଓ ସହରାଞ୍ଚଳ ଉଦ୍ୟାନକୃଷି ରଥର ଶୁଭାରମ୍ଭ କରିଛନ୍ତି l ଛାତ ଉପରେ ଉଦ୍ୟାନ ସଚେତନତା ରଥର ଶୁଭାରମ୍ଭ କରିବା ଅବସରରେ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଆଜିର ସମୟରେ ରାଜ୍ୟର ସହରଗୁଡ଼ିକରେ ସବୁଜ ସ୍ଥାନ ହ୍ରାସ, କଂକ୍ରିଟ୍ କୋଠା ନିର୍ମାଣ, ରାଜ୍ୟବ୍ୟାପୀ ସହରାଞ୍ଚଳ ବୃଦ୍ଧି ପାଉଛି। ସରକାର ପାର୍କ ଏବଂ ବୃକ୍ଷରୋପଣକୁ ପ୍ରୋତ୍ସାହିତ…

ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ ତାରିଖରେ ତିନିଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର

ଭୁବନେଶ୍ୱର: ଓଡିଶା ସରକାରଙ୍କ ଗୃହ (ସ୍ୱତନ୍ତ୍ର ଶାଖା) ବିଭାଗ, ବିଜ୍ଞପ୍ତି ସଂଖ୍ୟା ୧୩୮୯/ସି, ଭୁବନେଶ୍ୱର ତାରିଖ ୨୯.୦୬ .୨୦୨୫ ଅନୁଯାୟୀ, ତା.୨୯.୦୬ .୨୦୨୫ରେ ପୁରୀର ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଯୋଗୁଁ ତିନିଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ଭଳି ଦୁଃଖଦ ଘଟଣାର ତଦନ୍ତ ପାଇଁ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସ ନସଚିବ, ଓଡ଼ିଶାଙ୍କୁ ଦାୟିତ୍ୱ ଦିଆଯାଇଛି। ଏ ସଂପର୍କରେ ରାଜ୍ୟ ଯୋଜନା ଓ ସଂଯାଜନ ବିଭାଗ ତରଫରୁ ଗତ ଜୁଲାଇ ୩ ତାରିଖରେ…

ସଡ଼କ ଓ ସେତୁ ନିର୍ମାଣରେ ଗୁଣାତ୍ମକ ମାନ ବଜାୟ ରଖିବା ଓ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା(ପିଏମଜିଏସ୍ଓ୍ୱାଇ) କାର୍ଯ୍ୟକାରିତା ସଂପର୍କିତ ୩୭ତମ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି ବୈଠକମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗ କମିଶନର ତଥା ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ ଓଡ଼ିଶାରେ ବିଗତ ବିଭିନ୍ନ ବର୍ଷରେ କରାଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର କାର୍ଯ୍ୟକାରିତା ଓ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ କରିଥିଲେ। ବୈଠକରେ କମିଟିର ସଦସ୍ୟ ଥିବା ପୂର୍ତ୍ତ,…

ଡଃ ମୁଖାର୍ଜୀଙ୍କ ପରି ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ। ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ…