ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ଦୁଇ ସଦସ୍ୟବିଶିଷ୍ଟ ସମିତି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (Rଞ୍ଚR)ର ସମୀକ୍ଷା କରିବା ସହ ଅନ୍ତିମ ରୂପ ଦେବା ପାଇଁ ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଏକ ଦୁଇ-ସଦସ୍ୟ ବିଶିଷ୍ଟ ସମିତି ଗଠନ କରିଛନ୍ତି। ଏହି ସମିତିର ଗଠନ ସନ୍ଦର୍ଭରେ ବିଧି ବିଭାଗର ପତ୍ର ସଂଖ୍ୟା ୭୭୧୪/ଏଲ୍‌ ତାରିଖ ୦୮.୦୫.୨୦୨୫ ମାଧ୍ୟମରେ ବିଜ୍ଞପ୍ତି ଜାରି କରାଯାଇଅଛି…

ବିଦ୍ୟାଳୟ ନବସୃଜନ ପରିଷଦକୁ କାର୍ଯ୍ୟକାରୀ କରିବା ନେଇ କର୍ମଶାଳା ଆୟୋଜନ

ଭୁବନେଶ୍ବର: ରାଜ୍ୟରେ ଉଚ୍ଚ ମାଧ୍ୟମିକସ୍ତରରେ ଛାତ୍ରଛାତ୍ରୀମାନଙ୍କ ସୃଜନଶୀଳତା ଓ ଦକ୍ଷତାକୁ ଏକ ସୁଯୋଗ ପ୍ରଦାନ କରିବା ସହିତ ସେମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ କୃଷି ଭବନସ୍ଥିତ ଅଡ଼ିଟୋରିୟମଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଦୁଇ ଦିନିଆ କର୍ମଶାଳାର ଆୟୋଜନ କରାଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ନବସୃଜନ ସେଲ୍ (MIC) ଏବଂ ଅଖିଳ ଭାରତୀୟ ବୈଷୟିକ  ଶିକ୍ଷା ପରିଷଦ (AICTE) ସହଯୋଗରେ ବିଦ୍ୟାଳୟ ନବସୃଜନ ପରିଷଦ (School Innovation Council)…

କୁମ୍ଭୀରମାନଙ୍କ ସଂରକ୍ଷଣ ପାଇଁ ଓଡ଼ିଶା ଏକ ଉଚ୍ଚକୋଟୀର ମାର୍ଗଦର୍ଶକ : ଜଙ୍ଗଲମନ୍ତ୍ରୀ

ଭୁବନେଶ୍ବର: ଜୁନ ୧୭ ତାରିଖ ଅନ୍ତର୍ଜାତୀୟ କୁମ୍ଭୀର ଦିବସ। ଏହି ଅବସରରେ ‘ଓଡ଼ିଶାରେ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ସମାରୋହ’ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ  ମହାସମାରୋହରେ ପାଳିତ ହୋଇଯାଇଛି। ସମାରୋହକୁ ଭିଡିଓ ବାର୍ତ୍ତା ଦେଇ ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଲେ ଯେ, ଆମ ରାଜ୍ୟ ଓଡ଼ିଶା, ଭାରତରେ ଦେଖାଯାଉଥିବା ସମସ୍ତ କୁମ୍ଭୀର ପ୍ରଜାତି-ବଉଳା, ମଗର ଓ ଘଡ଼ିଆଳର ଏକ ମହତ୍ୱପୂର୍ଣ୍ଣ ଆବାସସ୍ଥଳୀ…

ଯୁବଶକ୍ତିଙ୍କ ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ଓ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ପ୍ରାଧାନ୍ୟ ଦେଉଛୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ…

ରାଜ୍ୟରେ  ‘‘ଷ୍ଟପ୍-ଡାଇରିଆ’ଅଭିଯାନ ଆରମ୍ଭ

ଭୁବନେଶ୍ୱର: ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ ଯେ ଲୋକଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ଵ ଦେଉଛନ୍ତି। ଡାଇରିଆ ଏକ ବର୍ଷା…

ଲିଙ୍ଗଭିତ୍ତିକ ହିଂସା ଏବଂ ପୀଡିତାମାନଙ୍କ ମାନସିକ ଆଘାତ ଯତ୍ନ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଭା ଗୃହରେ ଲିଙ୍ଗଭିତ୍ତିକ ହିଂସା ଏବଂ ପୀଡିତାମାନଙ୍କ ମାନସିକ ଆଘାତ ଯତ୍ନ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲିଙ୍ଗଭିତ୍ତିକ ହିଂସା ପ୍ରତି ସରକାର ଶୂନ୍ୟ ସହନଶୀଳତା ନୀତି ଆପଣେଇଛନ୍ତି ବୋଲି ଦୃଢ ମତ ରଖିଥିଲେ। ସଖୀ-ୱାନ ଷ୍ଟପ ସେଣ୍ଟର ଭଳି କେନ୍ଦ୍ରମାନଙ୍କରେ ରହୁଥିବା ପୀଡିତମାନଙ୍କ…

ବଲାଙ୍ଗୀର ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ…

ଜନଗଣନା ପାଇଁ ଗେଜେଟ ବିଜ୍ଞପ୍ତି

ନୂଆଦିଲ୍ଲୀ: ଦେଶରେ ଆଗାମୀ ଜନଗଣନା ନିମନ୍ତେ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏହି ମର୍ମରେ ଗେଜେଟ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ରବିବାର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜନଗଣନା କାର୍ଯ୍ୟ ପରିଚାଳନା ନିମନ୍ତେ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।ମିଳିଥିବା ସୂଚନା ଅନୁଯାୟୀ ୩୪ ଲକ୍ଷ ଜନଗଣନାକାରୀ ଏବଂ ସୁପରଭାଇଜର ଏବଂ ୧.୩ ଲକ୍ଷ ଜନଗଣନା କାର୍ଯ୍ୟକର୍ତାଙ୍କୁ ଏହି କାର୍ଯ୍ୟରେ…

ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ଭୁବନେଶ୍ୱର:ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି  ଓ ରାକେଶ ଓରଫ ସାନୁ କୁଞ୍ଜମ।  ମାଓବାଦୀ କେସା କୱାସିର ଘର ଛତିଶଗଡ଼ର ବସ୍ତର  ଜିଲ୍ଲା ଦରବା  ଥାନା ଅଞ୍ଚଳରେ  ଏବଂ  ସାନୁ କୁଞ୍ଜମ ଓରଫ ରାକେଶ ଛତିଶଗଡ଼ର ବିଜାପୁର ଜିଲ୍ଲା ଗାଙ୍ଗଲୁର ଥାନା ଅଞ୍ଚଳରେ। ଉଭୟଙ୍କ ନିକଟରୁ ଗୋଟିଏ ପିସ୍ତଲ, ୬  ରାଉଣ୍ଡ ଗୁଳି, …

‘ନାରୀଙ୍କୁ ସମ୍ମାନ ପ୍ରଦାନ ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ…