ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ

ଭୁବନେଶ୍ୱର: ରାଜ୍ୟର ନୂଆପଡା ବିଧାନସଭା ଉପ ନିର୍ବାଚନ ଓ ଆଦର୍ଶ ଆଚରଣ ବିଧି ଲାଗୁହେବା ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା ସମ୍ପର୍କରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ସନ୍ଥ ଗୋପାଳନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଉପରୋକ୍ତ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ପ୍ରମୋଦ କୁମାର ସାହୁ, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡଃ…

ଏସୀୟ ଟେବୁଲ୍ ଟେନିସ ଟିମ୍ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଉଦ୍ଘାଟନ

ଭୁବନେଶ୍ୱର, ୬/୧୦ : ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍। ଏନେଇ କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ ମାନ୍ୟବର ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଶୁଭ ଉଦ୍ଘାଟନ ହୋଇଛି। ଆଗାମୀ ଦିନରେ ହେବାକୁ ଥିବା ଏହି ପ୍ରତିଯୋଗିତା ପାଇଁ କଟକ, ଭୁବନେଶ୍ୱର ଏବଂ…

ମା ମାନଙ୍କର ସୁଖଦ ଓ ସୁରକ୍ଷିତ ବ୍ରତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି: ଆଇନ ମନ୍ତ୍ରୀ

ପୁରୀ: ଧର୍ମ ମାସ କାର୍ତ୍ତିକ ର ହବିଷ୍ୟାଳୀ ବ୍ରତ ଓଡ଼ିଆ ଧର୍ମୀୟ ଭାବନାକୁ ଋଦ୍ଧିମନ୍ତ କରିଛି। ଏହା ନିଷ୍ଠା ଓ ସମର୍ପଣର ପ୍ରତୀକ। ମା ମାନଙ୍କର ପୂଣ୍ୟ ଆମ ସମସ୍ତ ଙ୍କୁ ଆଶୀର୍ବାଦ ଦେଇ ଚାଲିଥିବ ବୋଲି କହିଛନ୍ତି ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅପରାହ୍ନ ରେ ବୃନ୍ଦାବତୀ ନିବାସ ହବିଷ୍ୟାଳୀ କେନ୍ଦ୍ର ପରିସରରେ କାର୍ତ୍ତିକ ବ୍ରତ ୨୦୨୫ର ଶୁଭାରମ୍ଭ ସମାରୋହ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ…

କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଓଡ଼ିଶା ୨୦୨୫-୨୬ ନିମନ୍ତେ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଜାନୁଆରୀ ମାସ ୨୨ ତାରିଖରୁ ୨୪ ତାରିଖ ଯାଏଁ ତିନିଦିନ ବ୍ୟାପୀ କୃଷି ଓଡ଼ିଶା ସମାବେଶ ଖୁବ୍ ଉତ୍ସାହର ସହ ପାଳନ କରାଯିବ। ବୈଠକର ନିଷ୍ପତ୍ତି ଅନୁଯାୟୀ ଚଳିତବର୍ଷ ଠାରୁ ପ୍ରତିବର୍ଷ ଜାନୁଆରୀ ମାସ ଏହି ଦିନରେ ହିଁ କୃଷି ଓଡ଼ିଶା ସମାବେଶର ଆୟୋଜନ କରାଯିବ। ଦେଶ…

ଭାରତୀୟ ସଂସଦୀୟ ପରମ୍ପରାର ଗରିମାମୟ ଐତିହ୍ୟକୁ ଅଧିକ ସୁଦୃଢ଼ କରାଯିବ: ବାଚସ୍ପତି

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକେଫାବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶଗସ୍ତରେ ଯିବେ। ଏ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର। ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ…

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା ଅକ୍ଟୋବର ୨ ତାରିଖରେ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଚିତ୍ରକଳା କର୍ମଶାଳାରେ ୧୧୭ଜଣ ଚିତ୍ରଶିଳ୍ପୀ ଯୋଗଦେଇ ନିଜ ସ୍ୱପ୍ନର ବିକଶିତ ଭାରତକୁ କାନ୍‌ଭାସ୍‌ରେ ଚିତ୍ରିତ କରିଥିଲେ। “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ…

ଓଡ଼ିଶାରେ ୫,୫୦୦ରୁ ଅଧିକ ଗ୍ରାମ କାର୍ଯ୍ୟ ଯୋଜନା ଅନୁମୋଦିତ

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀର ଶୁଭ ଅବସରରେ ଓଡ଼ିଶାରେ ଆଦି କର୍ମଯୋଗୀ ଅଭିଯାନ ଅଧୀନରେ ବିଶେଷ ଗ୍ରାମ ସଭା ଆୟୋଜିତ ହୋଇଥିଲା। ଏହି ଅଭିଯାନରେ ସମଗ୍ର ରାଜ୍ୟରେ ୫,୫୦୦ରୁ ଅଧିକ ଗ୍ରାମ କାର୍ଯ୍ୟଯୋଜନା (Village Action Plans) ଅନୁମୋଦନ ପାଇଛି, ଯାହା ଆଦିବାସୀ ଅଞ୍ଚଳରେ ଅନ୍ତର୍ଭୁକ୍ତିମୂଳକ, ଅଂଶଗ୍ରହଣକାରୀ ଏବଂ ଉତ୍ତରଦାୟିତ୍ବ ଶାସନ ମିଶନର ଦୃଷ୍ଟିକୋଣକୁ ଆହୁରି ସୁଦୃଢ଼ କରି ପାରିଛି। ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଜନଜାତି ବ୍ୟାପାର ମନ୍ତ୍ରଣାଳୟ (MoTA) ଦ୍ୱାରା ଆରମ୍ଭ କରାଯାଇଛି ଆଦି କର୍ମଯୋଗୀ ଅଭିଯାନ।…

ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି : ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ

ଭୁବନେଶ୍ୱର: ମହାତ୍ମା ଗାନ୍ଧୀଙ୍କ ନାମ କାନରେ ବାଜିଲେ, ମନ ଓ ହୃଦୟରେ ସତ୍ୟ ଓ ଅହିଂସା ଭାବ ସ୍ୱତଃ ଉଦ୍ରେକ ହୋଇଥାଏ। ଗାନ୍ଧିଜୀ ଥିଲେ ସତ୍ୟ ଓ ଅହିଂସାର ନିଷ୍ଠାପର ପୂଜାରୀ ଓ ସାଧକ, ଖୁବ୍‌ ଉଚ୍ଚମନା, ଦେଶପ୍ରେମୀ, ସେବକ ଓ ତ୍ୟାଗୀ। ସତ୍ୟ ପ୍ରତି ଆଗ୍ରହ, ସତ୍ୟାଗ୍ରହ ଓ ଅସତ୍ୟ ପ୍ରତି ଉପେକ୍ଷା-ଅସହଯୋଗ ତାଙ୍କର ପ୍ରଚଣ୍ଡ ଆତ୍ମଶକ୍ତିର ଅଭିବ୍ୟକ୍ତି। ରାମ ନାମ ସ୍ମରଣ ଓ ସତ୍ୟ ଏବଂ ଅହିଂସାକୁ ଆନ୍ଦୋଳନର ପ୍ରଧାନ ଅସ୍ତ୍ର ରୂପେ ବ୍ୟବହାର…

ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ “ଅଗ୍ନି”ଅଭିଯାନ

ଭୁବନେଶ୍ୱର : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ 14ରୁ 27 ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ତରଫରୁ ସମଗ୍ର ଓଡ଼ିଶାରେ “ଅଗ୍ନି”ଅଭିଯାନ ଆରମ୍ଭ କରାଯାଇଥିଲା। ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ  ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି। ସମଗ୍ର ରାଜ୍ୟରେ ସର୍ବମୋଟ 184 ଟି ମାମଲା ରୁଜୁ ହୋଇଥିବା ବେଳେ, 133 ଜଣଙ୍କୁ ଗିରଫ…

ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ସହାୟତା

ଭୁବନେଶ୍ୱର : ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ କରୁଥିବା ସ୍ୱପ୍ନିଲ ପଟ୍ଟନାୟକ ଦୁବାଇରେ ଜଣେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିଲେ। ସେଠାରେ ସେ ଯକୃତ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଓଡ଼ିଶା ଫେରି ଆସିବା ପାଇଁ…