ଲଘୁଚାପ ଜନିତ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି: ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି। ସୂଚନାଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା,…


