ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକାର ବିତରଣ
ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର ଯାଇ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ କରିଛନ୍ତି। ସୂଚନାଯୋଗ୍ୟ ଯେ, ନୂଆପଡା ନିର୍ବାଚନ ମଣ୍ଡଳୀରେ 2 ଲକ୍ଷ 51 ହଜାର 919 ଭୋଟର ସୂଚନା ପତ୍ର ଏବଂ 85 ହଜାର ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ କରାଯାଇଛି। ଭୋଟର ତାଲିକାରେ…


