ଦିଦାୟୀ ସମ୍ପ୍ରଦାୟରୁ ପ୍ରଥମ ଡାକ୍ତର ହେବେ ମାଲକାନଗିରି ଝିଅ

ଭୁବନେଶ୍ବର: ଡାକ୍ତରୀ ପାଠ ପଢିବେ ଦିଦାୟୀ ଜନଜାତି ସମ୍ପ୍ରଦାୟର ଝିଅ। ବିଶେଷ ଭାବେ ଅନୁନ୍ନତ ଜନଜାତି ସମ୍ପ୍ରଦାୟ ବା ପିଭିଟିଜି ଶ୍ରେଣୀଭୃକ୍ତ ଦିଦାୟୀ ଜନଜାତିର ପ୍ରଥମ ଡାକ୍ତରୀ ଛାତ୍ରୀ ଭାବେ ମାଲକାନଗିରି ଝିଅ ଚମ୍ପା ରାସପେଦା ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍- ୨୦୨୫ରେ କୃତକାର୍ଯ୍ୟ ହେଲା ପରେ ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପାଠ ପଢିବେ। ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକର ଆମ୍ଲିବେଡ଼ା ଗ୍ରାମର ଲଚମୁ ରାସପେଦାଙ୍କ ଝିଅ ଚମ୍ପା ରାସପେଦା ପ୍ରଥମ…

ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର: ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ତିନିଟି ବର୍ଗରେ ତିନିଜଣ ଲେଖକଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ପୁରସ୍କାର ବିତରଣ ଉତ୍ସବରେ ଉର୍ଦ୍ଦୁ ସାହିତ୍ୟର ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଭଦ୍ରକ ଜିଲ୍ଲାର ଜନାବ୍ ସେକ୍ ଅନୱର ହୁସେନଙ୍କୁ “ଅମଜଦ ନଜମୀ ପୁରସ୍କାର ୨୦୨୩” ପ୍ରଦାନ କରାଯାଇଛି। ଏଥିସହ ୩ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। କଟକ ଜିଲ୍ଲାର…

ମେଡିକାଲ କଲେଜରେ ପ୍ରଫେସର ପଦବୀ ଖୁବଶୀଘ୍ର ପୂରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଠକର ଆଲୋଚନାରୁ ଜଣା ଯାଇଛିଯେ, ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ତଥା ମେଡିକାଲ…

କୃଷି ଏବଂ ଆନୁଷଙ୍ଗିକ କୃଷି ବିଜ୍ଞାନ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବ ସମ୍ପର୍କରେ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଏବଂ କୃଷି ଆନୁଷଙ୍ଗିକ ନୂତନ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବ ସମ୍ପର୍କରେ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ଏବଂ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ କୃଷି ଏବଂ କୃଷିଭିତ୍ତିକ ଆନୁଷଙ୍ଗିକ କଲେଜ ଖୋଲିବା ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। କୃଷି ଏବଂ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି ଏବଂ ସ୍ଥାୟୀ ଏବଂ ଲାଭଦାୟକ କୃଷି ବ୍ୟବସ୍ଥା ବିକାଶ…

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍‌ନାଲ୍‌ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ,…

ଗୃହ, ସେତୁ ଓ ରାସ୍ତା ନିର୍ମାଣର ସବିଶେଷ ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ବର: ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବରସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ୟ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ଟି ବିଭାଜନର କାର୍ୟ୍ୟକୁ ବିସ୍ତୃତ ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ନାଏକ ନିର୍ଦ୍ଧାରିତ ସମୟ ମଧ୍ୟରେ ଉନ୍ନତମାନକୁ ବଜାୟ ରଖି ସମସ୍ତ ନିର୍ମାଣ କାର୍ୟ୍ୟ ଶେଷକରିବାକୁ ନିର୍ଦ୍ଦେଶ ଦେବାସହ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା କାଟ ହେବ ବୋଲି ତାଗିଦ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର…

ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପ୍ରଶଂସାକଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଉଚ୍ଚ ପ୍ରଶଂସା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି। ଚଳିତ ଅଗଷ୍ଟ ୧୭ ତାରିଖ ଦିନ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମ୍ପାଟିଙ୍କ ସହ ଭୁବନେଶ୍ୱରସ୍ଥିତ ସୁଦର୍ଶନ ଆର୍ଟ ଆଣ୍ଡ କ୍ରାଫ୍ଟ ଭିଲେଜ ପରିଦର୍ଶନ କରିଥିଲେ ଏବଂ ପଦ୍ମ ବିଭୂଷଣ ସୁଦର୍ଶନ ସାହୁଙ୍କ କଳାକୃତି ଦେଖି ପ୍ରଶଂସା କରିଛନ୍ତି। ପଦ୍ମ ବିଭୂଷଣ ଶ୍ରୀସାହୁଙ୍କ ମୂର୍ତ୍ତିକଳା ଓ କୃତିକୁ ରାଜ୍ୟପାଳ ନିରୀକ୍ଷଣ କରିଥିଲେ। ପଦ୍ମ ବିଭୂଷଣ…

ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧ ତାରିଖରୁ  ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼”  ଅଭିଯାନକୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଅଭିଯାନର ଦ୍ଵିତୀୟ ସପ୍ତାହ ଅର୍ଥାତ ଚଳିତ ଅଗଷ୍ଟ 16 ତାରିଖ ପର୍ଯ୍ୟନ୍ତ ଅପରାଧ ଏବଂ ଅପରାଧୀଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।   ଏହି ଅଭିଯାନରେ  ମୁଖ୍ୟତଃ  ଜାମିନ ବିହୀନ ୱାରେଣ୍ଟ (NBW)କୁ କାର୍ଯ୍ୟକାରୀ କରିବା,  ନିଶା ଦ୍ରବ୍ୟ ଚୋରା ଚାଲାଣକୁ…

ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ପରିବହନ ପ୍ରାଧିକରଣ ଆନୁକୁଲ୍ଯରେ ଆୟୋଜିତ ଏହି ବୈଠକରେ ସଡକ ଦୁର୍ଘଟଣା କମାଇବା, ଟ୍ରାଫିକ୍ ନିୟମର କଡ଼ା କାର୍ଯ୍ୟାନ୍ବୟନ, ଜାତୀୟ ରାଜପଥ ପାଟ୍ରୋଲିଂ, ସିସିଟିଭି ନିରୀକ୍ଷଣ, ସଚେତନତା କାର୍ଯ୍ୟକ୍ରମ ଏବଂ ସ୍କୁଲ-କଲେଜ ସ୍ତରରେ ସଡ଼କ ସୁରକ୍ଷା ଶିକ୍ଷା ଆଦି ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।…

ସାରା ରାଜ୍ୟରେ “ଆସ ସ୍କୁଲ ଯିବା”ଅଭିଯାନ ଅବସରରେ ସ୍ୱତନ୍ତ୍ର ଅଭିଭାବକ ଶିକ୍ଷକ ବୈଠକ

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ୨୦୨୫-୨୬ ରେ ସାରା ରାଜ୍ୟରେ “ଆସ ସ୍କୁଲ ଯିବା”ଅଭିଯାନ ଅବସରରେ ଏକ ‘ସ୍ୱତନ୍ତ୍ର ଅଭିଭାବକ, ଶିକ୍ଷକ/ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା / ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି।  ଉକ୍ତ ବୈଠକରେ ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ  କରିବା, ବିଦ୍ୟାଳୟ ଯାଇ ନଥିବା ପିଲାଙ୍କୁ ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଓ ପିଲାମାନଙ୍କର ପାଠପଢ଼ାକୁ ବିଦ୍ୟାଳୟରେ ଜାରି ରଖିବା…