ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଆୟୋଜିତ ହେଉଥିବା ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଛି। ପ୍ରତିଯୋଗିତାର ଉଦ୍‌ଯାପନୀ ସମାରୋହରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ସଭାପତି ରାଜେଶ ପାଟିଲ ପ୍ରମୁଖ ଉପସ୍ଥିତ ରହି କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଏଥିସହ ବିଜେତା କ୍ରୀଡ଼ାବିତ୍‌ମାନଙ୍କୁ ପୁରସ୍କାର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପ୍ରକାଶଯୋଗ୍ୟ ଯେ, ଅଲ୍‌ ଇଣ୍ଡିଆ…

‘ଯୁବବର୍ଗଙ୍କୁ କୃତ୍ରିମ ବୁଦ୍ଧିମତ୍ତା ଓ ଡିଜି଼ଟାଲ୍ ସ୍କିଲ୍ ରେ ସୁଦକ୍ଷ କରିବା ପାଇଁ ସରକାର ସଂକଳ୍ପବଦ୍ଧ’

ଭୁବନେଶ୍ୱର: ରାଜ୍ୟର ଯୁବ ଶକ୍ତିଙ୍କୁ ପର୍ଯ୍ୟାପ୍ତ ସୁବିଧା-ସୁଯୋଗ ଯୋଗାଇ ଦେଇ ପ୍ରତିଭାମାନଙ୍କର ସମୁଚିତ ପ୍ରସ୍ପୁଟନ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ଆଜିର ପ୍ରଗତିଶୀଳ ଓ ପ୍ରତିଯୋଗିତା ମୂଳକ ସମୟରେ ଓଡିଶାକୁ ୨୦୩୬ ସୁଦ୍ଧା ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବାକୁ ହେଲେ ଆମକୁ କୃତ୍ରିମ ବୁଦ୍ଧିମତ୍ତା ଏବଂ ଡିଜିଟାଲ ଦକ୍ଷତାରେ ପାରଙ୍ଗମ ହେବାକୁ ପଡ଼ିବ, ଯାହାଦ୍ୱାରା ବିଶ୍ୱରେ ଆମେ ଆମ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିବା। ଏବଂ, ଆମ ନିଜର ତାସହ ରାଜ୍ୟ ତଥା…

‘ନିର୍ଭରଯୋଗ୍ୟ ଗ୍ରୀଡ୍ ପାଇଁ ସୌର ଏବଂ ପବନ ଶକ୍ତିର ମିଶ୍ରଣ ଜରୁରୀ’

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନବୀକରଣୀୟ ଶକ୍ତି ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଭାରତର ପବନ ଶକ୍ତି ଉତ୍ପାଦନର ଇତିହାସ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ରହି ଆସିଛି। ଓଡ଼ିଶା ପବନ ଓ ସୌରଶକ୍ତି ଭଳି ନବୀକରଣୀୟ ଶକ୍ତି ଲକ୍ଷ୍ୟ ପଥରେ ଅଗ୍ରଗତି କରୁଛି। ଏହାର ପ୍ରାକୃତିକ ସମ୍ପଦ, ଲମ୍ବା ଉପକୂଳ ଓ ଅବ୍ୟବହୃତ ଶୂନ୍ୟ ପାହାଡ଼…

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ନୂତନ ବାସଗୃହ ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ଓଡିଶା ନିର୍ମାଣ ନିଗମ ମାଧ୍ୟମରେ ନିର୍ମାଣ କରାଯିବ। ଉକ୍ତ ପ୍ରକଳ୍ପରେ ତଳ ମହଲାକୁ ମିଶାଇ ମୋଟ ପାଞ୍ଚ ମହଲା ବିଶିଷ୍ଟ ଅଟ୍ଟାଳିକା ନିର୍ମାଣ କରାଯିବ।  ଏହି ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ…

ଜୁଲାଇ ୨୦ରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ରାଜ୍ୟସ୍ତରୀୟ ସେମି ଫାଇନାଲ ଓ ୨୨ରେ ଗ୍ରାଣ୍ଡ ଫାଇନାଲ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ରାଜ୍ୟର ସମସ୍ତ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ମଧ୍ୟରେ ଆୟୋଜନ ହେଉଛି ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା। ଇତିମଧ୍ୟରେ ଏହି ପ୍ରତିଯୋଗିତାର ଦୁଇଟି ସୋପାନ ଯଥା ବ୍ଲକ ଓ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ସରିଯାଇଛି। ତିରିଶ ଗୋଟି ଜିଲ୍ଲା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସ୍ଵୟଂ ସହାୟକ ଗୋଷ୍ଠୀର ମା ଭଉଣୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ଏହି ପରିପ୍ରେକ୍ଷୀରେ ଜୁଲାଇ ୨୦…

ନିଯୁକ୍ତି ସୃ​ଷ୍ଟିକାରୀ ରପ୍ତାନୀ ଭିତ୍ତିକ ଅଭିବୃଦ୍ଧି ପାଇଁ ପଦକ୍ଷେପ ସଂପର୍କରେ ଆଲୋଚନା

ଭୁବନେଶ୍ୱର: ସମାବେଶୀ ବିକାଶ ନିମନ୍ତେ ମଧ୍ୟବର୍ତ୍ତୀକାଳୀନ ଅଭିବୃଦ୍ଧି ନିମନ୍ତେ ରଣନୈତିକ ପଦକ୍ଷେପ, ରାଜ୍ୟ ଅର୍ଥନୈତିକ ସର୍ବେକ୍ଷଣ ୨୦୨୫-୨୬ ଏବଂ ଏଥିପାଇଁ ଆବଶ୍ୟକ ପରାମର୍ଶ ନିମନ୍ତେ ପରାମର୍ଶଦାତା ପରିଚାଳନା କମିଟି (ସିଏମସି) ବୈଠକ ଲୋକସେବା ଭବନ ଠାରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ଅର୍ଥନୈତିକ ସର୍ବେକ୍ଷଣ ୨୦୨୫-୨୬ର ରୂପରେଖ ଏବଂ ନିଯୁକ୍ତି ସୃ​ଷ୍ଟିକାରୀ ରପ୍ତାନୀ ଭିତ୍ତିକ ଅଭିବୃଦ୍ଧି ପାଇଁ ରାଜ୍ୟର ରଣନୈତିକ ପଦକ୍ଷେପ ନିଆଯିବା…

ବିହାର ସରକାରୀ ଆଇଟିଆଇର ୩୪ ଜଣ ପ୍ରଶିକ୍ଷକଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ତାଲିମ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱରଠାରେ ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ‘ଟ୍ରେନିଂ ଅଫ୍‌ ଟ୍ରେନର୍ସ (ଟିଓଟି) କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରର ଏକାଡେମୀ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିହାରର ବିଭିନ୍ନ ସରକାରୀ ଆଇଟିଆଇର ପ୍ରଶିକ୍ଷକମାନେ ଭାଗନେଇ ଅତ୍ୟାଧୁନିକ ‘ଶିକ୍ଷାଦାନ ଓ ମୂଲ୍ୟାଙ୍କନ’ ବିଷୟରେ ତାଲିମ ନେଇଥିଲେ। ବିଶ୍ୱ ଦକ୍ଷତା କେନ୍ଦ୍ର ଏବଂ ବିହାର ଦକ୍ଷତା ମିଶନ ଭିତରେ ହୋଇଥିବା ଏମଓୟୁ ଆଧାରରେ ଏହି କାର୍ଯ୍ୟକ୍ରମ ଦୁଇ ସପ୍ତାହ ଧରି ଚାଲିଥିଲା। ଏଥିରେ…

ଗ୍ରୀଡ଼କୋର ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରୀଡ଼କୋର ସମସ୍ତ ପ୍ରୋଜେକ୍ଟ ଗୁଡ଼ିକର ସମୀକ୍ଷା କରିଛନ୍ତି। ରାଜ୍ୟର ଶକ୍ତି ଭିତ୍ତିଭୂମିକୁ ସୁଦୃଢ଼ କରି ସବୁଜ ଲକ୍ଷ୍ୟକୁ ହାସଲ କରିବା ଦିଗରେ ଓଡ଼ିଶା ଅଗ୍ରସର ହେଉଛି। ଗ୍ରୀଡ଼କୋ ଦ୍ୱାରା ସମୁଦାୟ ୧୦ ହଜାର ୯୬୦ ମେଗାୱାଟର ପ୍ରକଳ୍ପ ବିକଶିତ ହେଉଛି। ସେଥିରେ, ୭୫୦୦ ମେଗାୱାଟ ସୋଲାର୍ ପ୍ରକଳ୍ପ, ୨୦୦୦ ମେଗାୱାଟ ପବନଶକ୍ତି ପ୍ରକଳ୍ପ, ୧୨୦୦ ମେଗାୱାଟ ପମ୍ପଡ଼…

ବିଧାନସଭାରେ କମିଟି ବ୍ୟବସ୍ଥା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗଦେଲେ ଓଡ଼ିଶା ବାଚସ୍ପତି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଦୁଇଦିନିଆ ଭୋପାଳ ଗସ୍ତରେ ଯାଇ ସେଠାରେ ‘ବିଧାନସଭାରେ କମିଟି ବ୍ୟବସ୍ଥାର କାର୍ଯ୍ୟକାରିତା ଓ ଏହାକୁ କିପରି ଅଧିକ ପ୍ରଭାବୀ କରାଯାଇପାରିବ’ ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି। ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ନରେନ୍ଦ୍ର ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବାଚସ୍ପତି ସମ୍ମିଳନୀରେ ପଶ୍ଚିମବଙ୍ଗ, ରାଜସ୍ଥାନ, ଉତ୍ତରପ୍ରଦେଶ, ସିକିମ୍‌, ହିମାଚଳ ପ୍ରଦେଶ ସମେତ ଓଡ଼ିଶା ଭଳି ସାତଟି ରାଜ୍ୟର ବାଚସ୍ପତି ଯୋଗଦେଇଛନ୍ତି । ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ବିଧାନସଭାଠାରେ ଆୟୋଜିତ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ତାଲିମ୍ କାର୍ଯ୍ୟକ୍ରମର ଆୟୋଜନ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି । ଏହି ପ୍ରଶିକ୍ଷଣରେ ୧୨୫ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ,  ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ୍ ଆର୍ ଆୟର୍, ଉଚ୍ଚ…