ଓଡ଼ିଶାରେ ଅରଫାନ ସର୍ଭେ ଆରମ୍ଭ

ଭୁବନେଶ୍ୱର: ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ – ୨୦୨୫।  ଜୁଲାଇ ୧୧ ତାରିଖରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଙ୍ଗନବାଡି କର୍ମୀମାନେ ଜୁଲାଇ ମାସ  ୨୧ ତାରିଖ ପର୍ଯ୍ୟନ୍ତ ଘରକୁ ଘର ବୁଲି ପିତୃମାତୃହୀନ ଶିଶୁଙ୍କର ଚିହ୍ନଟ ସହିତ ନିର୍ଦ୍ଦିଷ୍ଟ ଫର୍ମରେ ସବିଶେଷ ତଥ୍ୟ ସଂଗ୍ରହ କରୁଛନ୍ତି। ଏଥିରେ ଉଭୟ ପିତାମାତାଙ୍କୁ ହରାଇ ଥିବା ଶିଶୁ, ପିତାଙ୍କୁ ହରାଇ ମାତାଙ୍କ ସହିତ କିମ୍ବା ମାତାଙ୍କୁ ହରାଇ…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ବାଲ୍ୟାବସ୍ଥାରୁ ବିଦ୍ୟୁତପ୍ରଭା ଦେବୀଙ୍କର ସାହିତ୍ୟ ପ୍ରତି ରହିଥିବା…

ସ୍ନାତକ ଓ ସ୍ନାତକୋତ୍ତର ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ପାଠପଢ଼ା ଜୁଲାଇ ୧୦ ତାରିଖ ଠାରୁ ଆରମ୍ଭ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ସମୟ ସାରଣୀ ଅନୁଯାୟୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଜୁଲାଇ ୧୦ ତାରିଖରୁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି। ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ…

ଅଗଷ୍ଟ ୧୦ ତାରିଖରେ କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ (ବ୍ରୋଞ୍ଜ ଲେଭେଲ)। ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ପ୍ରତିଯୋଗିତା ସମ୍ବନ୍ଧୀୟ ସବିଶେଷ ବିବରଣୀ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ବିଶ୍ୱ ସ୍ତରୀୟ ଆଥଲେଟିକ୍ ପ୍ରତିଯୋଗିତାର ଆୟୋଜନ କରାଯିବ।…

ସିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଫାଉଣ୍ଡେସନର ଚତୁର୍ଥ ପରିଚାଳନା ପରିଷଦ ବୈଠକ

ଭୁବନେଶ୍ବର: ସିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଫାଉଣ୍ଡେସନର ଚତୁର୍ଥ ପରିଚାଳନା ପରିଷଦ ବୈଠକ ଭୁବନେଶ୍ୱରର ଖାରବେଳ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଅଧ୍ୟକ୍ଷତା କରି କହିଲେ ଯେ ବ୍ୟାଘ୍ର ସଂରକ୍ଷଣରେ ପରିବେଶଗତ, ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ ବିକାଶକୁ ସହଜ କରିବା, ସ୍ଥାନୀୟ ହିତାଧିକାରୀ ସମ୍ପ୍ରଦାୟଙ୍କ ସମ୍ପୃକ୍ତି ସହିତ ପରିବେଶ ପର୍ୟ୍ୟଟନକୁ ପ୍ରୋତ୍ସାହିତ କରିବା ଏବଂ ବ୍ୟାଘ୍ର ସଂରକ୍ଷଣରେ ପ୍ରାକୃତିକ ପରିବେଶକୁ ସୁରକ୍ଷା ଦେବା ପାଇଁ…

ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ୨୦୨୫ ପାଳିତ

ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଗୀତଗୋବିନ୍ଦ ସଦନର ସଭାଗୃହଠାରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ -୨୦୨୫ରେ ଯୋଗଦେଇ ସ୍ବାସ୍ଥ୍ୟ ଓ  ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲୋକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି କାର୍ୟ୍ୟକ୍ରମକୁ ଉଦଘାଟନ କରିବା ଅବସରରେ ପରିବାର କଲ୍ୟାଣ, ମାନବାଧିକାର ଓ ନାରୀମାନଙ୍କ ସ୍ୱାସ୍ଥ୍ୟ ବିଷୟରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ପ୍ରଦାନ କରିଛନ୍ତି। ପରିବାର ଯୋଜନା, ଲିଙ୍ଗଗତ ସମାନତା, ମାତୃତ୍ବ, ସ୍ୱାସ୍ଥ୍ୟ ଏବଂ ମାନବିକ ଅଧିକାର ସମେତ ବିଭିନ୍ନ ଜନସଂଖ୍ୟା ସମ୍ବନ୍ଧୀୟ ସମସ୍ୟା…

କୃଷି ଋଣ ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତା ରଖିବାକୁ ସରକାର ପ୍ରତିବଦ୍ଧ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଚାଷୀଙ୍କୁ କୃଷି ଋଣ ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତାକୁ ପ୍ରାଥମିକତା ଦିଆଯିବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଯଥା ସମୟରେ ବୀମା କମ୍ପାନୀ କ୍ଷତି ପୂରଣ ପ୍ରଦାନ କରିବେ। ସମବାୟ ମାଧ୍ୟମରେ ଫସଲ ଋଣ ପ୍ରଦାନ ଓ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ଉପରେ ଅନୁଷ୍ଠିତ ଆଲୋଚନା ବୈଠକରେ ଏହି ମତ ପ୍ରକାଶ ପାଇଛି। ବୈଠକରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଅଧ୍ୟକ୍ଷତା କରି…

ଓଡ଼ିଶା ମହିଳା ରଗବୀ ଟିମ୍‌କୁ କ୍ରୀଡ଼ାମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଉତ୍ତରାଖଣ୍ଡର ଡେରାଡୁନ୍‌ ଠାରେ ଅନୁଷ୍ଠିତ ହୋଇଥିବା ଜୁନିୟର ନ୍ୟାସନାଲ ରଗବୀ 7s ଚାମ୍ପିଅନସିପ୍-୨୦୨୫ (Junior National Rubgy 7s Championship -2025)ରେ ଓଡ଼ିଶା ମହିଳା ରଗବୀ ଟିମ୍ ରୌପ୍ୟ ପଦକ ହାସଲ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡ଼ିଶା ମହିଳା ରଗବୀ ଟିମ୍‌କୁ ଶୁଭେଚ୍ଛା ଜଣାଇବା ସହିତ କ୍ରୀଡ଼ାବିତ୍‌ମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ଏଥିସହ ରଗବୀ ଟିମ୍‌ର ଏହି ବିଜୟ ଓଡ଼ିଶାର କ୍ରୀଡ଼ାବିତ୍‌ମାନଙ୍କୁ ଓ ବିଶେଷ ଭାବରେ ମହିଳା କ୍ରୀଡ଼ାବିତ୍‌ମାନଙ୍କୁ କ୍ରୀଡ଼ାକ୍ଷେତ୍ରରେ ଭବିଷ୍ୟତ…

୩୫ ତମ ଡ୍ୟାସବୋର୍ଡ ସମୀକ୍ଷା

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୩୫ତମ ଡ୍ୟାସବୋର୍ଡ ସମୀକ୍ଷା ବୈଠକ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ନାଗରିକ-କୈନ୍ଦ୍ରିକ ଶାସନ ଉପରେ  ଗୁରୁତ୍ୱ ସହିତ ମୁଖ୍ୟ ସହରାଞ୍ଚଳ ବିକାଶ ପଦକ୍ଷେପଗୁଡ଼ିକରେ ପ୍ରଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ଵ ଦିଆଯାଇଥିଲା। ସେହିପରି ସମନ୍ୱିତ ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର  ଯାହାକୁ ଅଭିଯୋଗ ସମାଧାନ, ବାସ୍ତବ-ସମୟ ସହରାଞ୍ଚଳ ତଦାରଖ ଏବଂ ବିଭାଗଗୁଡ଼ିକ ମଧ୍ୟରେ ସୁଗମ ସମନ୍ୱୟ ପାଇଁ ସ୍ନାୟୁ କେନ୍ଦ୍ର…

ମୌଳିକ ଶିକ୍ଷାସ୍ତର ବୃଦ୍ଧି ନିମନ୍ତେ ପ୍ରୟାସ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ। ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ। ପରବର୍ତ୍ତୀ ଶ୍ରେଣୀକୁ ଯିବା…