ଜୁଲାଇ ୧୪ ଓ ୧୫ରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛିl ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛିl ବୈଠକରେ ଆଲୋଚିତ ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ), ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା…


