ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି। ଏହି ପ୍ରଶିକ୍ଷଣରେ ୧୦୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି। ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକା ସସ୍ମିତା…


