ତଥ୍ୟ ବ୍ୟାଖ୍ୟା ଏବଂ ଅର୍ଥନୈତିକ ଫଳାଫଳ ବିଶ୍ଳେଷଣ ଉପରେ କ୍ଷମତା ସୁଦୃଢ଼ୀକରଣ ତାଲିମ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାର ଓ ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ (IFPRI)ର ମିଳିତ ଆନୁକୂଲ୍ୟରେ, “ତଥ୍ୟ ବ୍ୟାଖ୍ୟା ଏବଂ ଅର୍ଥନୈତିକ ଫଳାଫଳ ବିଶ୍ଳେଷଣ ଉପରେ କ୍ଷମତା ସୁଦୃଢ଼ୀକରଣ ତାଲିମ” ଶୀର୍ଷକ ପ୍ରଶିକ୍ଷଣର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱରରେ ଅନୁଷ୍ଠିତ ଏହି ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା ବିଭାଗୀୟ ଅଧିକାରୀ ଏବଂ ଅଂଶୀଦାରମାନଙ୍କୁ କୃଷି ନୀତି ପ୍ରଣୟନ ଏବଂ କ୍ଷେତ୍ର-ସ୍ତରୀୟ ଯୋଜନାରେ ସଂଯୋଜିତ କରିବା।…

ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟ…

ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ “ବିକଶିତ କୃଷି ସଂକଳ୍ପ ଅଭିଯାନ”

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ କୃଷି ପଦକ୍ଷେପଗୁଡିକୁ ତୃଣମୂଳସ୍ତରରେ ପହଞ୍ଚାଇ କୃଷିରେ ନବସୃଜନ ସୃଷ୍ଟି କରିବା  ଲକ୍ଷ୍ୟରେ ଆରମ୍ଭ ହେବାକୁ ଯାଉଛି ବିକଶିତ କୃଷି ସଂକଳ୍ପ ଅଭିଯାନ। ମେ ମାସ ୨୯ ତାରିଖରୁ ୧୨ ଜୁନ ପର୍ଯ୍ୟନ୍ତ ଏହି ଅଭିଯାନ ସାରା ଦେଶରେ ଚାଲିବ । ଏହି ବିକଶିତ କୃଷି ସଂକଳ୍ପ ଅଭିଯାନ ଓଡ଼ିଶାର ଐତିହ୍ୟ ସହର ପୁରୀରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଅଭିଯାନର ଶୁଭାରମ୍ଭ କରିବେ ।…