“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ
ଭୁବନେଶ୍ୱର : ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ସମ୍ମିଳନୀ କକ୍ଷରେ ଜେଆଇସିଏ ( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରକଳ୍ପ ଅଧୀନରେ ଥିବା ସମୁଦାୟ ୩୯,୪୧୬ ହେକ୍ଟର ଅଞ୍ଚଳରେ ଜଳ ପରିଚାଳନା ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ପାଣି ପଞ୍ଚାୟତଗୁଡ଼ିକର ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ। ଏଥିସହ ପ୍ରକଳ୍ପର…


