ବାତ୍ୟା ‘ମୁରାସ’ପାଇଁ ଯେଉଁ ଟିମ୍ ଯେଉଁଠି ମୁତୟନ ଅଛନ୍ତି, ସେଠାରେ ରହିବେ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ଅର୍ଣ୍ଣବ ଓ ତା’ପରବର୍ତ୍ତୀ ପରିସ୍ଥିତିରେ ରିଲିଫ, ପୁନନିର୍ମାଣ ଓ କ୍ଷୟକ୍ଷତି ଆକଳନ ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିବା ପରେ ପ୍ରଭାବିତ ଲୋକଙ୍କ ପାଇଁ ଏକ ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ…

ଜି. ଉଦୟଗିରି ଭୂସ୍ଖଳନ ସ୍ଥଳରେ ନୌସେନାର ସିସ୍‌ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍ ମାଟି ତଳେ ନିଖୋଜଙ୍କୁ ଖୋଜିବ

ଭୁବନେଶ୍ୱର: ରାଜ୍ୟରେ ସମ୍ପ୍ରତି ବାତ୍ୟା ‘ଅର୍ଣ୍ଣବ’ ପରେ  ଘଟିଥିବା ଭୂସ୍ଖଳନ ଜନିତ ସ୍ଥିତି, ବାତ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ସହ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ଓ ଜୀବନ ରକ୍ଷାକୁ…

୧୫୮ତମ ଟିଏସି ବୈଠକ: ବନ୍ୟା ନିୟନ୍ତ୍ରଣ ୩୮ଟି ପ୍ରସ୍ତାବ ଉପରେ ଆଲୋଚନା

ଭୁବନେଶ୍ୱର: ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଜଳସେଚନ ଭିତ୍ତିଭୂମିର ବିକାଶ ଓ ପ୍ରକଳ୍ପ କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ଦିଗରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଏହି କ୍ରମରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଦିଲ୍ଲୀପ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବନ୍ୟା ନିୟନ୍ତ୍ରଣ ବୋର୍ଡର ୧୫୮ତମ ବୈଷୟିକ ପରାମର୍ଶଦାତା କମିଟି (ଟିଏସି) ବୈଠକ ହାଇବ୍ରିଡ୍ ମୋଡ୍‌ରେ ଅନୁଷ୍ଠିତ ହୋଇଥିଲା। ବନ୍ୟା ନିୟନ୍ତ୍ରଣ ସମ୍ପର୍କିତ ପ୍ରକଳ୍ପଗୁଡ଼ିକର ତ୍ୱରିତ ସମୀକ୍ଷା…

ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷା, ଆଶ୍ରିତଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ

ରାୟଗଡା | ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ଏବଂ ଏହାର ପ୍ରଭାବରେ ସୃଷ୍ଟି ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାୟଗଡ ଜିଲ୍ଲାର ପଦ୍ମପୁର ବ୍ଲକ ଗସ୍ତ କରି ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ରିଲିଫ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗସ୍ତ ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଜୟପଙ୍ଗା ପ୍ରାଥମିକ ବିଦ୍ୟାଳୟରେ ସ୍ଥାପିତ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରିଥିଲେ। ଏଠାରେ ମୁଟୁକୁଣି ଗ୍ରାମରୁ ସ୍ଥାନାନ୍ତରିତ ହୋଇ ଆଶ୍ରୟ ନେଇଥିବା ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ…

ଗ୍ରାମୀଣ ଉଦ୍ୟୋଗ ଓ ବଜାର ସଂଯୋଗ କ୍ଷେତ୍ରରେ ଦୂରଦର୍ଶୀ ନେତୃତ୍ୱ ଏବଂ ବିଶ୍ୱ ଚାଉଳ ଶିଳ୍ପ ପ୍ରତି ଅବଦାନ ପାଇଁ ଓରମାସ୍‌ ସମ୍ମାନିତ

ନୂଆଦିଲ୍ଲୀ / ଭୁବନେଶ୍ୱର: ଓଡ଼ିଶାର ଗ୍ରାମୀଣ ଉଦ୍ୟୋଗକୁ ସୁଦୃଢ଼ କରିବା, ଉତ୍ପାଦକଙ୍କୁ ବଜାର ସହ ଯୋଡ଼ିବା ଏବଂ ରାଜ୍ୟର ପାରମ୍ପରିକ କୃଷିଜାତ ଉତ୍ପାଦକୁ ବିଶ୍ୱ ବଜାରରେ ପହଞ୍ଚାଇବା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସମିତି (ଓରମାସ୍‌)କୁ BIRC ଗ୍ଲୋବାଲ୍ ଏକ୍ସଲେନ୍ସ ଆୱାର୍ଡ-୨୦୨୬ ପ୍ରଦାନ କରାଯାଇଛି। ଗ୍ରାମୀଣ ଉଦ୍ୟୋଗ ଓ ବଜାର ସଂଯୋଗ କ୍ଷେତ୍ରରେ ଦୂରଦର୍ଶୀ ନେତୃତ୍ୱ ଏବଂ ବିଶ୍ୱ ଚାଉଳ ଶିଳ୍ପ ପ୍ରତି ଉତ୍କୃଷ୍ଟ ଅବଦାନ ପାଇଁ ଓରମାସ୍‌କୁ ଏହି…

କୃଷି ଅଧିକାରୀଙ୍କ ଅକ୍ଟୋବର ୨୪ ରୁ ନଭେମ୍ବର ୭ ପର୍ଯ୍ୟନ୍ତ ଛୁଟି ବାତିଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଅବପାତ ଜନିତ ମାତ୍ରାଧିକ ବୃଷ୍ଟିପାତର ପରିଚାଳନା ସମୀକ୍ଷା ଆଜି କୃଷି ଭବନ ସ୍ଥିତ କୃଷି ସମୀକ୍ଷା କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ସମସ୍ତ ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟ କାର୍ଯ୍ୟାଳୟରେ ନିଶ୍ଚିତ ଭାବେ ଉପସ୍ଥିତ ରହି ଏହି ଦୁର୍ଦ୍ଦିନରେ ଚାଷୀଭାଇମାନଙ୍କ ପାଖରେ ଠିଆ ହେବାକୁ ପରାମର୍ଶ ଦେଇଛନ୍ତି। ଏବେ ଫସଲ ଅମଳ ସମୟ ହୋଇଥିବାରୁ…

୬୦ଟି ଓଡ୍ରାଫ୍, ୧୭ଟି NDRF, 225ଟି ଅଗ୍ନିଶମ ଦଳ ପ୍ରସ୍ତୁତ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଅଛି, ଏଥର ମଧ୍ୟ ଆମ ଜିରୋ କାଜୁଆଲ୍‌ଟି ହାସଲ କରିବୁ। ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତ୍ତି ରଖି ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବନ୍ୟା ଓ ବାତ୍ୟା ମୁକାବିଲାରେ ଆମର ପୂର୍ବରୁ ଅଭିଜ୍ଞତା ରହିଛି। ବାତ୍ୟା ଦାନା ଓ ମୋନ୍ଥା’ର ସଫଳ ମୁକାବିଲା କରାଯାଇଥିଲା। ଏହା ସହିତ ଅନେକ ବନ୍ୟା ପରିସ୍ଥିତିର…

ଓଡ଼ିଶାର ପାରମ୍ପରିକ ଚାଉଳକୁ ବିଶ୍ୱ ବଜାରରେ ପହଞ୍ଚାଇବାକୁ ପ୍ରୟାସ

ନୂଆଦିଲ୍ଲୀ: ଓଡ଼ିଶାର ପାରମ୍ପରିକ ଚାଉଳର ବିବିଧତା ଓ ସମୃଦ୍ଧ କୃଷି ଐତିହ୍ୟକୁ ବିଶ୍ୱସ୍ତରରେ ପରିଚିତ କରାଇବା ଲକ୍ଷ୍ୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଭାରତ ଅନ୍ତର୍ଜାତୀୟ ଚାଉଳ ସମ୍ମିଳନୀ (BIRC) ୨୦୨୬ରେ ଓଡ଼ିଶାର ୮ଟି ଜିଲ୍ଲାର ୧୫ ପ୍ରକାର ଧାନ ଓ ଚାଉଳ ଉତ୍ପାଦ ପ୍ରଦର୍ଶିତ ହେଉଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଥିବା ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସମିତି (ଓରମାସ୍‌) ପକ୍ଷରୁ ଏହି…

ପ୍ରାୟ ସମସ୍ତ ଜିଲ୍ଲାରେ ଚଳିତ ବର୍ଷ ବନ୍ୟା କ୍ଷୟକ୍ଷତିର କ୍ଷତିପୂରଣ ବଣ୍ଟନ ଶେଷ ପର୍ଯ୍ୟାୟରେ

ଭୁବନେଶ୍ୱର: ରାଜୀବ ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ବିଭିନ୍ନ ବିଭାଗୀୟ ଅଧିକାରୀବୃନ୍ଦ ଏବଂ ଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ସମୀକ୍ଷା କରିଛନ୍ତିl ମନ୍ତ୍ରୀ ଶ୍ରୀ ପୂଜାରୀ ସୂଚନା ଦେଇଛନ୍ତି, ଚଳିତବର୍ଷ ରାଜ୍ୟରେ ୧୨ଟି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ  ୬ଟି ଅବପାତର ରୂପ ନେଇଥିଲାl ଏହା ପ୍ରଭାବରେ ରାଜ୍ୟର ପ୍ରାୟ ୨୮ଟି ଜିଲ୍ଲାରେ ବ୍ୟାପକ ଭାବେ କ୍ଷୟକ୍ଷତି…

୪୮ତମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୮ତମ  ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି l  ବୈଠକରେ  ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ,  ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଓଡ଼ିଶା ରାଜ୍ୟ କ୍ୟାବିନେଟ ରେ ସଂକଳ୍ପ…