୨୬ଟି ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ “ଡୁଆଲ୍ ମୋଡ୍ ଭୋକେସନାଲ୍ ଏଜୁକେସନ୍” କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କର୍ଯ୍ୟକରଣ ପ୍ରାଧିକରଣ (OSEPA) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରିବା ପାଇଁ ଆଜି ଆନୁଷ୍ଠାନିକ ଭାବେ ଏହାରଶୁଭାରମ୍ଭ କରାଯାଇଛି। ଓଡ଼ିଶାର ୨୦ଟି ଜିଲ୍ଲାର ୨୬ଟି ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ “ଡୁଆଲ୍ ମୋଡ୍ ଭୋକେସନାଲ୍ ଏଜୁକେସନ୍” କାର୍ଯ୍ୟକ୍ରମର ଆରମ୍ଭ ନିମନ୍ତେ ଭୁବନେଶ୍ୱରସ୍ଥିତ…

କଳାଜିରା ଧାନର ସ୍ୱାଭାବିକ ବାସ୍ନା ଓ ଗୁଣବତ୍ତା ବଜାୟ ରଖିବା ପାଇଁ ‘ଇରି’ବୈଷୟିକ ସହଯୋଗ ଯୋଗାଇଦେବ

ଭୁବନେଶ୍ୱର: ଲୋକସେବା ଭବନ ଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, କୃଷି ବିଭାଗ କମିଶନର-ତଥା-ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ ଏବଂ ଫିଲିପାଇନ୍ସସ୍ଥିତ ଅନ୍ତର୍ଜାତୀୟ ଧାନ ଗବେଷଣା ଅନୁଷ୍ଠାନ (IRRI)ର ମୁଖ୍ୟ ବୈଜ୍ଞାନିକ ଡ. ନେସେ ଶ୍ରୀନିବାସୁଲୁ ଓ ତାଙ୍କ ପ୍ରତିନିଧି ଦଳଙ୍କ ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଟିମ୍‌ରେ IRRI ଓଡ଼ିଶାର ମୁଖ୍ୟ ଡ. ମୁକୁନ୍ଦ, ବୈଜ୍ଞାନିକ ଡ. ହମିଦା, ପ୍ରକଳ୍ପ…

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଉଦ୍ୟମିତା, ବୈଷୟିକ ଦକ୍ଷତା ବିକାଶ ଏବଂ ଗ୍ରାମୀଣ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ସଚେତନତା

ଭୁବନେଶ୍ୱର: ଶିକ୍ଷକ ଦିବସର ପବିତ୍ର ଅବସରରେ ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଏକ ବୃହତ୍ ଉଦ୍ୟାନ କୃଷି ସଚେତନତା ଓ ପ୍ରସାର କାର୍ଯ୍ୟକ୍ରମ (Horticulture Outreach Programme) ସଫଳତାର ସହ ଆୟୋଜିତ ହୋଇଯାଇଛି। ଯୁବପିଢ଼ିଙ୍କୁ ବ୍ୟବହାରିକ ବୈଷୟିକ ଜ୍ଞାନକୌଶଳ ଏବଂ ଆତ୍ମନିଯୁକ୍ତି କ୍ଷେତ୍ରରେ ସକ୍ଷମ କରିବା ଲକ୍ଷ୍ୟରେ ଆୟୋଜିତ ଏହି ଅଭିଯାନରେ ୨୨୦ରୁ ଅଧିକ ମହାବିଦ୍ୟାଳୟର ୨୬,୯୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମରେ କ୍ଷେତ୍ର ସ୍ତରୀୟ…

ସମାବେଶୀ ଅଭିବୃଦ୍ଧି କ୍ଷେତ୍ରରେ ପୂର୍ବ ଭାରତର ଆଲୋକବର୍ତ୍ତିକା ସାଜିବ ଓଡ଼ିଶା – ଉନ୍ନୟନ କମିଶନର

ଭୁବନେଶ୍ୱର: ଜୁଲାଇ ୨୦୨୬ ତ୍ରୈମାସିକ ଶେଷ ପର୍ଯ୍ୟନ୍ତ କାର୍ଯ୍ୟଦକ୍ଷତାର ସମୀକ୍ଷା ପାଇଁ ଓଡ଼ିଶା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ୍ କମିଟି(SLBC)ର ୧୮୪ତମ ବୈଠକ ୫ ସେପ୍ଟେମ୍ବର ୨୦୨୬ ତାରିଖରେ ଉନ୍ନୟନ କମିଶନର୍ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର୍ ଦେଓରଞ୍ଜନ କୁମାର ସିଂ ଅଧ୍ୟକ୍ଷତା କରି ସମସ୍ତ କ୍ଷେତ୍ରରେ ସନ୍ତୁଳିତ ଓ ସମାବେଶୀ ଅଭିବୃଦ୍ଧି ସହ ବିକଶିତ ଓଡ଼ିଶା ୨୦୨୩୬ ଏବଂ ବିକଶିତ ଭାରତ ୨୦୪୭ର ଭିଜନ୍…

ଓଡ଼ିଶା ସମବାୟ ଇତିହାସରେ ପ୍ରଥମ ଥର ପାଇଁ ପାକ୍ସ ଏବଂ ଲ୍ୟାମ୍ପ୍ସ ଚାଷୀ ସଦସ୍ୟମାନଙ୍କୁ ଲାଭାଂଶ ପ୍ରଦାନ କରିବେ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ମଙ୍ଗଳବାର ସେପ୍ଟେମ୍ବର ୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ ପାଇଁ ଏକ ମେଗା ସମବାୟ ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ ହେବ। ମେଗା ସଦସ୍ୟତା ଅଭିଯାନ ‘ସମ୍ବନ୍ଧ’ ଆରମ୍ଭ କରାଯିବା ସହ ଡିଜିଟାଲ ମାଧ୍ୟମରେ ସଦସ୍ୟତା ପଞ୍ଜୀକରଣକୁ ସହଜ ଓ ସ୍ୱଚ୍ଛ କରିବା ପାଇଁ ନୂତନ ମୋବାଇଲ ଆପ୍ଲିକେସନ୍‌ର ଶୁଭାରମ୍ଭ ହେବ। ସର୍ବୋପରି, ଏହି…

ଗ୍ରାମୀଣ ଡାକ ସେବକ କୃଷକ ପଞ୍ଜିକରଣ ଏବଂ କୃଷକ ଆଇଡି ପ୍ରସ୍ତୁତିରେ ସହାୟତା କରିବେ 

ଭୁବନେଶ୍ୱର: ଜ୍ୟର ଚାଷୀମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୬ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଡିଜିଟାଲ୍ କୃଷି, ଉନ୍ନତ ବିହନ, ଜଳବାୟୁ ସହନଶୀଳତା ଏବଂ ପୋଷଣ କ୍ଷେତ୍ରରେ ସୁଧାର ଆଣିବା ପାଇଁ ଡାକ ବିଭାଗ (ଓଡ଼ିଶା ସର୍କଲ), ଇକ୍ରିସାଟ୍ (ICRISAT) ଏବଂ ଏମ୍. ଏସ୍. ସ୍ୱାମୀନାଥନ୍ ରିସର୍ଚ୍ଚ ଫାଉଣ୍ଡେସନ୍ (MSSRF) ସହିତ ଏହି ବୁଝାମଣା ପତ୍ରଗୁଡ଼ିକ ସ୍ୱାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ…

NWA, ICAR-IIWM ଓ OCCL ସହ ପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ଓଡ଼ିଶାରେ ଜଳ ସମ୍ପଦ ପରିଚାଳନାକୁ ଅଧିକ ବୈଜ୍ଞାନିକ, ପ୍ରଯୁକ୍ତିଭିତ୍ତିକ ଓ ଦକ୍ଷ କରିବା ସହ ଜଳ ଓ ଭୂମି ପରିଚାଳନା ପ୍ରତିଷ୍ଠାନ (ବାଲ୍‌ମି)କୁ ଏକ ଆଧୁନିକ ସେଣ୍ଟର ଅଫ୍ ଏକ୍ସଲେନ୍ସ ଭାବେ ବିକଶିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଏହି ଉଦ୍ଦେଶ୍ୟରେ ବାଲ୍‌ମି ପକ୍ଷରୁ ଜାତୀୟ ଜଳ ଏକାଡେମୀ (ଏନଡବ୍ଲ୍ୟୁଏ), ପୁଣେ, ଆଇସିଏଆର୍–ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନ (ଆଇସିଏଆର୍-ଆଇଆଇଡବ୍ଲ୍ୟୁଏମ୍), ଭୁବନେଶ୍ୱର ଏବଂ ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍ ଲିମିଟେଡ୍ (ଓସିସିଏଲ୍)ଙ୍କ ସହ ୩ଟି ବୁଝାମଣାପତ୍ର…

ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଖରିଫ ଧାନ ବିକ୍ରୟ ପାଇଁ ପଞ୍ଜିକରଣ

ଭୁବନେଶ୍ବର: ଖରିଫ ଧାନ ସଂଗ୍ରହ ବିପଣନ ଋତୁ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ ଲକ୍ଷ ୧୮ ହଜାରରୁ ଅଧିକ ଚାଷୀ ନାମ ପଞ୍ଜିକରଣ କରିସାରିଲେଣି। ବିଶେଷ କରି ଗୋଟିଏ ଦିନରେ ୧ ଲକ୍ଷରୁ ଅଧିକ ଚାଷୀ ନିଜ ନାମ ପଞ୍ଜିକରଣ କରିଛନ୍ତି| ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହି ପ୍ରକ୍ରିୟା ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରାଥମିକ କୃଷି ସମବାୟ ସମିିତି(ପ୍ୟାକ୍ସ), ବୃହତ୍‌ ଆଦିବାସୀ…

ଜଳବାୟୁ ସହନୀୟ ଧାନ ଚାଷ ପଦ୍ଧତି, କୃଷି ଅଭିବୃଦ୍ଧି ଓ ନବସୃଜନ ଉପରେ ଆଲୋଚନା

ବାରଣାସୀ/ ଭୁବନେଶ୍ୱର: ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଏବଂ ନିଭୃତ୍ତି ଲକ୍ଷ୍ୟରାଜ ମେୱାରଙ୍କ ସହ ଅଗଷ୍ଟ ୨୦ ତାରିଖରେ ବାରାଣାସୀସ୍ଥିତ ଅନ୍ତର୍ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ଆଞ୍ଚଳିକ କେନ୍ଦ୍ର (ଆଇଏସଏଆରସି) ପରିଦର୍ଶନ କରିଛନ୍ତି। ଏହି ପରିଦର୍ଶନ ସମୟରେ ସେ ଆଇଏସଏଆରସିର ଗବେଷଣା, ନବସୃଜନ ଏବଂ ବୈଷୟିକ ଜ୍ଞାନକୌଶଳ ଯାହା ସ୍ଥାୟୀ ଓ ସହନଶୀଳ ଧାନ ଆଧାରିତ କୃଷି-ଖାଦ୍ୟ ପ୍ରଣାଳୀକୁ…

କର୍ପୋରେଟ ସଂସ୍ଥାଗୁଡିକ ସିଏସଆରକୁ ଅଧିକ ପ୍ରଭାବଶାଳୀ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: କେବଳ ଆଇନ ଗତ ଅନୁପାଳନ ମଧ୍ୟରେ ସୀମିତ ନ ରହି କର୍ପୋରେଟ ସଂସ୍ଥାଗୁଡିକ ଓଡ଼ିଶାର ବିକାଶରେ ଦାୟିତ୍ୱବାନ ସହଯୋଗୀ ଭାବେ କାର୍ଯ୍ୟ କରିବା ସହ ସିଏସଆରକୁ ଅଧିକ ପ୍ରଭାବଶାଳୀ କରିବା ପାଇଁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ମଙ୍ଗଳବାର ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ସାଧାରଣ ଉଦ୍ୟୋଗ (ପବ୍ଲିକ ଏଣ୍ଟରପ୍ରାଇଜେସ) ବିଭାଗ ସହଯୋଗରେ ଏବଂ ଓଡ଼ିଶା କର୍ପୋରେଟ ଫାଉଣ୍ଡେସନ ଓ ଫ୍ରିଡମ ଏଡୁର ମିଳିତ ଆନୁକୂଲ୍ୟରେ ଆୟୋଜିତ ‘ବ୍ରିଜ ଭାରତ ସମ୍ମିଳନୀ…