ମକା, ସୋରିଷ ଏବଂ ଧାନର ଉଚ୍ଚ ଅମଳକାରୀ ଏବଂ ଜଳବାୟୁ ସହନୀୟ କିସମ ବିକଶିତ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିହନ ଉପ-କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ, ୩ ପ୍ରକାର ଅଣ-ଧାନ କିସମ ଯଥା ଓୟୁଏଟି କଳିଙ୍ଗ ମକା ୧  (ଖୁସି), ଓୟୁଏଟି କଳିଙ୍ଗ ସୋରିଷ ୨  (ସମୃଦ୍ଧି), ଓୟୁଏଟି କଳିଙ୍ଗ ସୋରିଷ ୩  (ସିଦ୍ଧି) ରାଜ୍ୟରେ ବିକଶିତ କରିବା ପାଇଁ ଅନୁମୋଦିତ ହୋଇଛି l…

“ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ “ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଶୀର୍ଷକ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ଆରମ୍ଭ କରାଯାଇଛି। ଗତ ନଭେମ୍ବର ମାସରେ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ। ଯେଉଁଥିରେ ବିଭିନ୍ନ ଦେଶରୁ ବିଶେଷଜ୍ଞ, କୃଷି ବୈଜ୍ଞାନିକମାନେ ଯୋଗଦେଇଥିଲେ। ସାରା ରାଜ୍ୟରେ ପାରମ୍ପରିକ…

ବଲାଙ୍ଗୀର ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ…

ଏଆଇ ମାଧ୍ୟମରେ ଜଳ ସଂପଦର ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନକୁ ଗୁରୁତ୍ୱ

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନ କରିବା  ସଂପର୍କିତ  ଏକ ବୈଷୟିକ  କର୍ମଶାଳା ଅନୁଷ୍ଠିତ  ହୋଇଯାଇଛି। ଏହି କର୍ମଶାଳାକୁ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗ ଉଦ୍ଘାଟନ କରିବା ସହିତ ଜଳ ସମ୍ପଦ ପରିଚାଳନା…

“ଓଡିଶାର କୃଷି ବ୍ୟବସାୟ ସମ୍ଭାବନା”ଶୀର୍ଷକ ଜାତୀୟ ସେମିନାର

ଭୁବନେଶ୍ୱର : କୃଷିରେ ଅଭାବୀ କ୍ଷେତ୍ରଗୁଡ଼ିକ ଚିହ୍ନଟ କରି ଓଡିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନୀତି ନିର୍ଦ୍ଧାରକ, ବୈଜ୍ଞାନିକ ଏବଂ ଗବେଷକମାନଙ୍କୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ଚଳିତ ଜୁନ୍ ୭ ତାରିଖ ଦିନ ଓୟୁଏଟି (ଓଡିଶା ୟୁନିଭରସିଟି ଅଫ୍ ଏଗ୍ରିକଲଚର୍ ଆଣ୍ଡ୍ ଟେକ୍ନୋଲୋଜି) ଓ ଆଇ.ଏସ୍.ଏ.ଏମ୍. (ଇଣ୍ଡିଆନ ସୋସାଇଟି ଅଫ୍ ଏଗ୍ରିକଲଚରାଲ ମାର୍କେଟିଂ) ହାଇଦ୍ରାବାଦ ଆନୁକୂଲ୍ୟରେ ଓୟୁଏଟି ଠାରେ  “”ଓଡିଶାର କୃଷି ବ୍ୟବସାୟ ସମ୍ଭାବନା” ଶୀର୍ଷକ ଜାତୀୟ ସେମିନାରକୁ ଉଦ୍ଘାଟନ କରି…

‘ଶ୍ରୀ ଅନ୍ନ ଅଭିଯାନ ଯୋଗୁଁ ଗରିବଙ୍କ ଖାଦ୍ୟ ଆଜି ପଞ୍ଚତାରକା ରେସ୍ତେlରାଁରେ ପହଞ୍ଚି ପାରିଛି’

ଭୁବନେଶ୍ଵର : କୃଷି ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଏହି ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ଖରିଫ ଚାଷ ପାଇଁ ଶ୍ରୀ ଅନ୍ନ ଅଭିଯାନର ବାର୍ଷିକ କାର୍ଯ୍ୟ ଯୋଜନାର ସମୀକ୍ଷା କରାଯାଇଛିl  ଶ୍ରୀ ଅନ୍ନ ଅଭିଯାନ କୃଷି ବିଭାଗର ଏକ ଯୁଗାନ୍ତକାରୀ ଯୋଜନାl ଏହା ଆମ ରାଜ୍ୟର ପାରମ୍ପରିକ ଖାଦ୍ୟ ଯଥା ମାଣ୍ଡିଆ, ସୁଆଁ, ବାଜରା, କାଙ୍ଗୁ ଇତ୍ୟାଦିର…

ଜଳ ବିଦ୍ୟୁତ୍ ନିଗମ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି

ଭୁବନେଶ୍ୱର : ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉନ୍ନୟନ କମିଶନର ଅନୁ ଗର୍ଗ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବଙ୍କ ଉପସ୍ଥିତିରେ ମୁଖୀଗୁଡ଼ାରେ ୬୦୦ ମେଗାୱାଟ କ୍ଷମତା ବିଶିଷ୍ଟ ଅପର ଇନ୍ଦ୍ରାବତୀ ପମ୍ପଡ଼  ଷ୍ଟୋରେଜ୍…

କନ୍ଧମାଳ ପାଇଁ ପ୍ରାୟ ୭୫୦ କୋଟିର ୧୦ଟି ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବା…

ଗୋଧନେଶ୍ୱର, ଖଇରମାଳ, ଉଲୁଣ୍ଡା ଓ ସୁରୁବାଲି ଠାରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ…

ଧାନକିଣା ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରାଜ୍ୟରେ ଚଳିତ ଋତୁରେ ରବି ଧାନ ସଂଗ୍ରହ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଓଡିଶା ରାଜ୍ୟ ଯୋଗାଣ ନିଗମ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରବି ଧାନ ସଂଗ୍ରହ ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟରେ ଚଳିତ ରବି ଋତୁରେଏପର୍ଯ୍ୟନ୍ତ ପ୍ରାୟ ୮୮ ହଜାର…