ତୃଣମୂଳସ୍ତରରେ ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ପଦକ୍ଷେପ

ଭୁବନେଶ୍ୱର: ସରକାରଙ୍କ ଦ୍ଵାରା ପ୍ରଣିତ ବିଭିନ୍ନ କୃଷି ଯୋଜନା ଏବଂ କାର୍ଯ୍ୟକ୍ରମର ପ୍ରଭାବଶାଳୀ କାର୍ଯ୍ୟାନ୍ଵୟନକୁ ସୁନିଶ୍ଚିତ ତଥା ଲୋକାଭିମୁଖୀ କରିବା ପାଇଁ କୃଷି ବିଭାଗର ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିବେl  ଏନେଇ କୃଷି ବିଭାଗ ପକ୍ଷରୁ ଏକ ସୂଚନା ଜାରି କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀl  ତୃଣମୂଳସ୍ତରରେ ବାସ୍ତବିକ ପରିସ୍ଥିତି ଅନୁଧ୍ୟାନ କରିବା ସହ କୃଷକ ଓ କୃଷି କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିବl…

ଓଡ଼ିଶାରୁ ୪୦ ହଜାର ମେଟ୍ରିକ ଟନ ମାଣ୍ଡିଆ ଉଠାଣ ଲକ୍ଷ୍ୟ, ପ୍ରଥମ ପର୍ଯ୍ୟାୟରେ ଉଠିଲା ୨୬୪୨ ମେଟ୍ରିକ ଟନ

ଭୁବନେଶ୍ୱର: ଓଡିଶାରେ ଉତ୍ପାଦିତ ମାଣ୍ଡିଆର  ଚାହିଦା ସମଗ୍ର ଦେଶରେ ସ୍ୱତନ୍ତ୍ର ରହିଛି। ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଅଧିକରୁ ଅଧିକ ଗୁଣାତ୍ମକ ମାଣ୍ଡିଆ ଉତ୍ପାଦନ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରୁ ଉତ୍ପାଦିତ ମାଣ୍ଡିଆ ଉଚ୍ଚ ପୁଷ୍ଟି ଓ ଗୁଣଯୁକ୍ତ ଥିବାରୁ ଓଡ଼ିଶାରୁ ପ୍ରଥମ ଥର ପାଇଁ ଭାରତୀୟ ଖାଦ୍ୟ ନିଗମ ମାଣ୍ଡିଆ ଉଠାଇଛି। ଏଥିନିମନ୍ତେ ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରୁ ମାଣ୍ଡିଆ ଉଠାଇବା ପାଇଁ ଭାରତୀୟ ଖାଦ୍ୟ ନିଗମ ଇଚ୍ଛାବ୍ୟକ୍ତ…

କୃଷି ଏବଂ ଆନୁଷଙ୍ଗିକ କୃଷି ବିଜ୍ଞାନ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବ ସମ୍ପର୍କରେ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଏବଂ କୃଷି ଆନୁଷଙ୍ଗିକ ନୂତନ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବ ସମ୍ପର୍କରେ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ଏବଂ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ କୃଷି ଏବଂ କୃଷିଭିତ୍ତିକ ଆନୁଷଙ୍ଗିକ କଲେଜ ଖୋଲିବା ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। କୃଷି ଏବଂ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି ଏବଂ ସ୍ଥାୟୀ ଏବଂ ଲାଭଦାୟକ କୃଷି ବ୍ୟବସ୍ଥା ବିକାଶ…

କ୍ଷୁଦ୍ର ମାଣ୍ଡିଆ, ଚାଉଳ କଳ ପରିଚାଳନା ଏବଂ ବ୍ୟବସାୟ ରଣନୀତି ଉପରେ ଏକ ଦିବସୀୟ କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନର ସମ୍ମିଳନୀ କକ୍ଷରେ “ମୂଲ୍ୟ ବୃଦ୍ଧିକରଣ ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀ ନେତୃତ୍ୱାଧୀନ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା” ପ୍ରକଳ୍ପ ଅଧୀନରେ କ୍ଷୁଦ୍ର ମାଣ୍ଡିଆ, ଚାଉଳ କଳ ପରିଚାଳନା ଏବଂ ବ୍ୟବସାୟ ପରିଚାଳନା ରଣନୀତି ଉପରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, ମିଶନ ଶକ୍ତି ବିଭାଗ ଏବଂ ଅନ୍ତର୍ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (IRRI) ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ମାଧ୍ୟମରେ ଏହି ପ୍ରକଳ୍ପ…

ଖରିଫ ଋତୁ ଧାନ ସଂଗ୍ରହ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି। ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ଯାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି। ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ…

ଶୀତଳ ଭଣ୍ଡାର ଯଥାଶୀଘ୍ର କାର୍ଯ୍ୟକ୍ଷମ ନେଇ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ଓ ଏହାର କାର୍ଯ୍ୟକ୍ଷମ ନିମନ୍ତେ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କୃଷି ଭିତ୍ତିଭୂମି ସୁଦୃଢ଼ ହେଲେ ହିଁ କୃଷକମାନେ ସଶକ୍ତ ହେବେ, ଏହାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ। ରାଜ୍ୟରେ ଶୀତଳ ଭଣ୍ଡାର ଏବଂ ଗୋଦାମର ବହୁତ ଆବଶ୍ୟକ ଥିବାରୁ ଏହାକୁ ଯଥାଶୀଘ୍ର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।…

କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଭବନସ୍ଥିତ ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟରେ ଫସଲର ସ୍ଥିତି, ପାଣିପାଗ, ସାର ଯୋଗାଣ ସ୍ଥିତି ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାରେ  ବହୁଳ ମାତ୍ରାରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହେଉଛି। ଏହି ସବୁଜିମା ଅଭିଯାନ ଅନ୍ତର୍ଗତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ…

ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦୟ ଇଣ୍ଡିଆ ଦ୍ୱାରା ପ୍ରାୟୋଜିତ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟରରେ ଅନୁଷ୍ଠିତ ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଯୋଗଦେଇଛନ୍ତି। ଭାରତରେ ୬୦ ନିୟୁତ ହେକ୍ଟରରୁ ଅଧିକ ଅନୁର୍ବର କିମ୍ବା ଅବ୍ୟବହୃତ ଜମି ଅଛି ଏବଂ ଏଥିରୁ ପ୍ରାୟ ୨୦ ନିୟୁତ ଜୈବିକ କୃଷି ପାଇଁ ଉପଯୁକ୍ତ। ଜୈବିକ ଉତ୍ପାଦର ବିଶ୍ୱ ଚାହିଦା ବୃଦ୍ଧି ପାଇବା ସହିତ, ଏହା ଆମର କୃଷକମାନଙ୍କ…

‘ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା…

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି ପ୍ୟାକସ୍‌, ଲ୍ୟାମ୍ପସ୍‌ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କିମ୍ବା ପାଣିପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରୁଛନ୍ତି। ଚଳିତ ବର୍ଷ ଆଜି…