୨୧ ରୁ ୨୩ ଜାନୁଆରୀ ପର୍ଯ୍ୟନ୍ତ ଜନତା ମଇଦାନଠାରେ ତୃତୀୟ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’
ଭୁବନେଶ୍ଵର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆୟୋଜନ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ସମାବେଶ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖିଥିଲେ। ପରେ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ରଖି କହିଥିଲେ, ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ସାଜିବ। କ୍ଷୀର, ମାଂସ, ଅଣ୍ଡା ଓ…


